ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ ନୂତନ ହିତାଧିକାରୀ ମାନଙ୍କୁ ରାସନ୍ କାର୍ଡ ବଣ୍ଟନ

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ

ନୂତନ ହିତାଧିକାରୀ ମାନଙ୍କୁ ରାସନ୍ କାର୍ଡ ବଣ୍ଟନ

ସୁନ୍ଦରଗଡ଼, ୩୦/୦୫/୨୫: ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ସୁନ୍ଦରଗଡ଼ ଗସ୍ତରେ ଆସିଛନ୍ତି । ଏହି ଗସ୍ତ ସମୟରେ ମାନ୍ୟବର ମନ୍ତ୍ରୀ ନୂତନ ଭାବେ ଅନ୍ତର୍ଭୁକ୍ତ ହୋଇଥିବା ହିତାଧିକାରୀମାନଙ୍କୁ ରାସନ୍ କାର୍ଡ ବଣ୍ଟନ କରିଛନ୍ତି। 

    ସଦଭାବନା ଭବନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମାନ୍ୟବର ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ସୁନ୍ଦରଗଡ଼ ପୌରପାଳିକାର ଅଧ୍ୟକ୍ଷା ଶ୍ରୀମତୀ ତନୟା ମିଶ୍ର , ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ଆଇ ଏ ଏସ ଶିକ୍ଷାନବିସ ଫାଵୀ ରସିଦ, ପୂର୍ବତନ ସଦର ବିଧାୟିକା ଶ୍ରୀମତୀ କୁସୁମ ଟେଟେ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ମହାଜନ ଜିଲ୍ଲାରେ ହିତାଧିକାରୀ ମାନଙ୍କୁ ରାସନ୍ କାର୍ଡ ବଣ୍ଟନର ସ୍ଥିତି ଉପରେ ଆଲୋକପାତ କରିବା ସହିତ ସମସ୍ତ ଯୋଗ୍ୟ ହିତାଧିକାରୀ ମାନେ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଅଛି ଏବଂ ଏହି ପ୍ରକ୍ରିୟା ଜାରି ରହିଛି ବୋଲି କହିଥିଲେ।କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ ଶ୍ରୀ ପାତ୍ର ସମସ୍ତ ଯୋଗ୍ୟ ହିତାଧିକାରୀ ମାନେ ରାସନ୍ କାର୍ଡ ନିମନ୍ତେ ଆବେଦନ କରନ୍ତୁ , ରାସନ୍ କାର୍ଡ ଥିଲେ ହିତାଧିକାରୀ ମାନେ ସରକାରଙ୍କ ଅନ୍ୟାନ୍ୟ ବିଭିନ୍ନ ଯୋଜନାରେ ମଧ୍ୟ ଅନ୍ତର୍ଭୁକ୍ତ ହୋଇପାରିଥାନ୍ତି । ଯେଭଳି କୌଣସି ଯୋଗ୍ୟ ହିତାଧିକାରୀ ରାସନ୍ କାର୍ଡ ପାଇବାରୁ ବଞ୍ଚିତ ରହିବେ ନାହିଁ ସେଥିପ୍ରତି ବିଭାଗୀୟ ଅଧିକାରୀ ବିଶେଷ ଯତ୍ନବାନ ହେବାକୁ ଥିବା ନିଜ ଅଭିଭାଷଣରେ ପ୍ରକାଶ କରିଥିଲେ। ସେହିପରି ସମସ୍ତେ ଅତି ଶୀଘ୍ର ଇ- କେୱାସି କରିନେବାକୁ ମାନ୍ୟବର ମନ୍ତ୍ରୀ ଶ୍ରୀ ପାତ୍ର ଗୁରୁତ୍ଵାରୋପ କରିଥିଲେ। ପରେ ପରେ ବିଭିନ୍ନ ବ୍ଲକର ନୂତନ ହିତାଧିକାରୀ ମାନଙ୍କୁ ରାସନ୍ କାର୍ଡ ବଣ୍ଟନ କରିଥିଲେ ।   କାର୍ଯ୍ୟକ୍ରମରେ ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ଶ୍ରୀ ଅଜୟ କୁମାର ରଥ, ସହାୟକ ଯୋଗାଣ ଅଧିକାରୀ ଶ୍ରୀ ଲକ୍ଷ୍ମଣ ମାଝୀ, ସମସ୍ତ ବ୍ଲକ୍ ସ୍ତରୀୟ ଯୋଗାଣ ଅଧିକାରୀ ଏବଂ ବହୁ ସଂଖ୍ୟାରେ ହିତାଧିକାରୀ ମାନେ ଉପସ୍ଥିତ ରହିଥିଲେ। 

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଡିଆଇଜି, ଜିଲ୍ଲାପାଳ ଓ ଏସପିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଅଲ୍ ଓଡ଼ିଶା ସିଡ୍ୟୁଲ୍ଡ କାଷ୍ଟ ଫେଡେରେସନର କର୍ମକର୍ତ୍ତା

କମ ବୟସରୁ ଭକ୍ତି ମାର୍ଗରେ ତ୍ରିନାଥ ଠାକୁରଙ୍କ ଦୁଇ କୁନି ଭକ୍ତ

ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳନ.

Sunil Chandra Nayak

Leave a Comment

error: Content is protected !!