ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ପ୍ଲାନେଟୋରିମ ପ୍ରକଳ୍ପ ସ୍ଥଳ ପରିଦର୍ଶନ

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ପ୍ଲାନେଟୋରିମ ପ୍ରକଳ୍ପ ସ୍ଥଳ ପରିଦର୍ଶନ

ରାଉରକେଲା : 30/5/25 : ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ରାଉରକେଲାଗସ୍ତରେ ଆସି ଛେଣ୍ଡ ଠାରେ ନିର୍ମାଣାଧୀନ ବିଜ୍ଞାନ ପାର୍କ ଓ ପ୍ଲାନେଟୋରିମ ପ୍ରକଳ୍ପ ସ୍ଥଳ ପରିଦର୍ଶନ କରି ନିର୍ମାଣର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ପ୍ରକଳ୍ପ କାର୍ଯ୍ୟ ଖୁବ୍ ଶୀଘ୍ର ଶେଷ କରିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଶ୍ରୀ ପାତ୍ର ଙ୍କ ସହିତ ରଘୁନାଥପାଲି ବିଧାୟକ ଦୁର୍ଗା ଚରଣ ତନ୍ତୀ ମଧ୍ୟ ଯୋଗ ଦେଇଥିଲେ l ପ୍ଲାନେଟେରିୟମ ପ୍ରକଳ୍ପ ସ୍ଥଳ ପରିଦର୍ଶନ କରି କହିଥିଲେ ଯେ ଏହି ପ୍ରକଳ୍ପ ଆଗାମୀ ଦିନରେ ବିଜ୍ଞାନର ପ୍ରଚାର ପ୍ରସାର ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଅଧିକ ଆଗ୍ରହ ସୃଷ୍ଟି କରିବା ଦିଗରେ ନିଶ୍ଚୟ ସହାୟକ ହେବ l   ରାଉରକେଲାର ଏହା ଏକ ପ୍ରମୁଖ ଲୋକପ୍ରିୟ ସ୍ଥାନ ଭାବରେ ପରିଚୟ  ପାଇବ l ଏହି ଅବସରରେ ରାଉରକେଲା ମହାନଗର ନିଗମ ଆୟୁକ୍ତ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ଼ ଠାରେ ଜିଲ୍ଲା ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଘାଟିତ

masiha

ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକଙ୍କ ପରଲୋକ

masiha

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଧର୍ମଗଡ ର ଶୈଳେଶ ଭୋଇ  ରାଜ୍ୟରେ ପ୍ରଥମ ୧୦ ଜଣ ମଧ୍ୟରେ ସପ୍ତମ ସ୍ଥାନ ଅଧିକାର

Sunil Chandra Nayak

Leave a Comment

error: Content is protected !!