ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ରାୟଗଡ ତା: ୦୨.୦୬.୨୦୨୫ରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଉପ ଜିଲ୍ଲାପାଳ, ରାୟଗଡ,ଶ୍ରୀ ରଣେଶ କୁମାର ଜେନା,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଫୁଲ୍ଲ କୁମାର ପାଢ଼ୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

         ଆଜି ମୋଟ ୫୫ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୪୩    ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୨ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l    

 ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା । ୧୧ଜଣଙ୍କୁ ୧୧୮ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଆର୍ଥିକ ସାହାଯ୍ୟ ଜିଲ୍ଲାପାଳ ପ୍ରଦାନ କରିଥିଲେ ।ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

 

Related posts

ନବରଙ୍ଗପୁର -ଜୟପୁର ରେଳପଥ ପ୍ରକଳ୍ପର ଭୂମି ଅଧିଗ୍ରହଣ ବାବଦ କ୍ଷତି ପୂରଣ ରାଶି ବିତରଣ କାର୍ଯ୍ୟକ୍ରମ

World Telecommunication and Information Society Day was observed 

ବନ୍ଧୁଗାଁ ବ୍ଲକରେ ଆଜି ବ୍ଲକ ସ୍ତରୀୟ ପରବ ୨୦୨୪ ମହୋତ୍ସବ ଉଦ୍ଘାଟନ ହୋଇଯାଇଛି 

masiha

Leave a Comment

error: Content is protected !!