ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା

କନ୍ଧମାଳ :ତା, ୦୭/୦୬:(ମନିସ): ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ। ଏହାପରେ ଫୁଲବାଣୀ ସହର ଉପକଣ୍ଠ ତିଲକପଡା ଠାରେ ନବନିର୍ମିତ ମେଡିକାଲ କଲେଜକୁ ଯାଇ ସେଠାରେ ସେ ମେଡିକାଲ କଲେଜ ଉଦଘାଟନ କରିବା ପରେ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଆୟୋଜିତ ଏକ ସଭାରେ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ଉଦବୋଧନ ଦେଇଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ଜିଲ୍ଲାପାଳ ଅମ୍ରିତ ଋତୁରାଜ, ମେଡିକାଲ କଲେଜ ଡିନ୍ ଡ. ନରେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ନବନିର୍ମିତ ମେଡିକାଲ କଲେଜରେ ୧୦୦ ଜଣ ଛାତ୍ରଛାତ୍ରୀ ପଢିବା ବ୍ୟବସ୍ଥା ଥିବାବେଳେ ଏଠାରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ରହିଛି। ଚଳିତ ଶିକ୍ଷା ବର୍ଷରୁ ଏଠାରେ ପାଠପଢା ଆରମ୍ଭ ହେବ ବୋଲି କୁହାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଫୁଲବାଣୀ ଗସ୍ତ। ଏନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ରହିଛି l

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ  ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

masiha

ନିଆଁ ଲାଗି ୫ ଏକରଚାଷ ଜମି ର ପନିପରିବା ଓ ଡାଲି ଜାତୀୟ ଫସଲ ନଷ୍ଟ 

Sunil Chandra Nayak

ଡ଼ାବୁଗାଁ ବ୍ଳକରେ ଧାନ ମଣ୍ଡି ଉଦଘାଟିତ

masiha

Leave a Comment

error: Content is protected !!