ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୦୯/୦୬/୨୫: ସବଡେଗା ବ୍ଲକ ପରିସରରେ ଆଜି ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ର ଶୁଣାଣି କରିଥିଲେ। 

   ଆଜି ମୋଟ ୩୭ ଗୋଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୧୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୨୬ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ସେଥିମଧ୍ୟରୁ ଗୋଟିଏ ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା। 

   ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ଆଇ ଏ ଏସ ଶିକ୍ଷାନବିଷ ଫାବୀ ରସିଦ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ। 

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

୫୭ ନମ୍ବର ରାଜ୍ୟ ରାଜପଥର ତାଳବଣୀଆ ନିକଟରେ ପିକ୍ ଅପ ଭ୍ୟାନ ଓଲଟି ୧ ମୃତ,୭ ଗୁରୁତର ଓ ୧୫ ରୁ ଉର୍ଦ୍ଧ୍ବ ଆହତ 

Sunil Chandra Nayak

ଗୋଲାମୁଣ୍ଡାସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

Sunil Chandra Nayak

ଧର୍ମଗଡ଼ ରେ ନୂତନ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ଯୋଗଦାନ

masiha

Leave a Comment

error: Content is protected !!