ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ବାମନଘାଟୀ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର.

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ବାମନଘାଟୀ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର.

ମୋଟ ୧୧୮ ଟି ଅଭିଯୋଗ ର ଶୁଣାଣୀରୁ ୩ ଟି ତତ୍କାଳ‌ସମାଧାନ

ମୟୂରଭଂଜ :–  ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଜୁନ ମାସର ଦିତୀୟ ସୋମବାର ଦିନ ଅନୁଷ୍ଠିତ ହୋଇ ଯାଇଛି.। ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଈଶ୍ୱର ଚନ୍ଦ୍ର ନାଏକ , ଉପଖଣ୍ଡ ଚିକିତ୍ସାଧିକାରୀ ଡାକ୍ତର ରବୀନ୍ଦ୍ର କୁମାର ମାର୍ଣ୍ଣି ଓ ଉପଖଣ୍ଡ ଆରକ୍ଷୀ ଅଧିକାରୀ, ରାଇରଙ୍ଗପୁର ଶ୍ରୀ ଗୋକୁଳାନନ୍ଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ .।

ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ.। ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୧୧୮ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୯୫ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୩ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.।ଏଥି ମଧ୍ୟରୁ ଆପତ୍ତି ଅଭିଯୋଗ ର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ୩ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠିରୁ ଟ.୧୫,୦୦୦/- ଙ୍କା ମଂଜୁର କରିଥିଲେ। ୩ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା।

ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ. ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀଗଣ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.

ମୟୂରଭଂଜରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ଆଦର୍ଶ ବିଦ୍ୟାଳୟ କୁ ଗଣଶିକ୍ଷା ମନ୍ତ୍ରୀ ଙ୍କ ଅଚାନକ ଗସ୍ତ, ବିଦ୍ୟାଳୟ ପରିସର ଅପରିଷ୍କାର ଦେଖି କ୍ଷୋଭ ପ୍ରକାଶ 

masiha

ସେପ୍ଟେମ୍ବର ୬ କଳା ଦିବସ୍ ପାଳନ ପାଇଁ ପ୍ରସ୍ତୁତି ବୈଠକ

Sunil Chandra Nayak

ପ୍ରେସ କ୍ଲବ ର ୨୭ ତମ ବାର୍ଷିକ ଉତ୍ସବ ପାଳିତ

masiha

Leave a Comment

error: Content is protected !!