ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ବିପୁଳ ପରିମାଣର ମହୁଲ ଫୁଲ ଜବତ, ଜଣେ ଗିରଫ 

ବିପୁଳ ପରିମାଣର ମହୁଲ ଫୁଲ ଜବତ, ଜଣେ ଗିରଫ 

 ମୟୂରଭଂଜ -୧୨/୦୬ —  ମୟୂରଭଂଜ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଅବକାରୀ ରେଞ୍ଜ ପକ୍ଷରୁ ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗଣ୍ଡିଦା ଗ୍ରାମରେ ଚଢ଼ାଉ କରାଯାଇ ୨୨୫୦ କିଲୋଗ୍ରାମ ମହୁଲ ଫୁଲ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ଗଣ୍ଡିଦା ଗ୍ରାମର କବିତା ମହନ୍ତଙ୍କୁ ଗିରଫ କରାଯାଇଛି l ଜବତ ହୋଇଥିବା ମହୁଲ ଫୁଲର ଆନୁମାନିକ ମୂଲ୍ୟ ୦୧ ଲକ୍ଷ ୨୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ବହଳଦା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ରଣଜିତ ସବର, ଶୁକୃଳି ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ କୃଷ୍ଣଚନ୍ଦ୍ର ବିନ୍ଧାଣି, କନେଷ୍ଟବଳ ଦିଲ୍ଲୀପ ଜେନା, ଅରୁଣ କୁମାର ମୁଦୁଲି, ସୁରେନ୍ଦ୍ର ସୋରେନ, କାଶୀନାଥ ସୋରେନ, ମହେନ୍ଦ୍ର କୁମାର ପୃଷ୍ଟି, ମକରା ସର୍ଦ୍ଦାର, ସୁଜ୍ଞାନ ଶେଖର ମହାକୁଡ଼, ଚୂଡ଼ାମଣି ସିଂ ପ୍ରଭୃତି ସାମିଲ ଥିଲେ । ଏନେଇ ରାଇରଙ୍ଗପୁର ଅବକାରୀ ଥାନା ପକ୍ଷରୁ କେସ ନଂ: ୪୭/୨୦୨୫-୨୬ ମୂଳେ ମାମଲା ରୁଜ୍ଜୁ କରାଯାଇଛି l

 ମୟୂରଭଂଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ସ୍ଵାମୀ ମାଡରେ ସ୍ତ୍ରୀ ମୃତ

Sunil Chandra Nayak

ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ ରେ ଜଣେ ଗିରଫ ପରେ କୋର୍ଟ ଚାଲାଣ 

Sunil Chandra Nayak

ମହୁମାଛି ଆକ୍ରମଣ ରେ ଜଣେ ଆହତ

masiha

Leave a Comment

error: Content is protected !!