ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବହୁମୁଖୀ ଜଳସେଚନ ପ୍ରକଳ୍ପ, ବିଦ୍ୟାଳୟ ରୁପାନ୍ତରଣ ଏବଂ ବିଦ୍ୟାଳୟରେ ସୌର-ଶକ୍ତି ବ୍ୟବସ୍ଥା ର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଜଳସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗ ଏବଂ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ୍‌ ଗଞ୍ଜାମ ଓ ଗଜପତି ଜିଲ୍ଲା ଗସ୍ତ କରି ବହୁମୁଖୀ ଜଳସେଚନ ପ୍ରକଳ୍ପ, ବିଦ୍ୟାଳୟ ରୁପାନ୍ତରଣ ଏବଂ ବିଦ୍ୟାଳୟରେ ସୌର-ଶକ୍ତି ବ୍ୟବସ୍ଥା ଆଦି ପ୍ରକଳ୍ପ ଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଛନ୍ତି।

ଆଜି ପୂର୍ବାହ୍ନରେ ଏହି ସର୍ବୋଚ୍ଚ ପ୍ରଶାସନିକ ଟିମ୍‌ ଗଞ୍ଜାମ ଜିଲ୍ଲାରେ ପହଞ୍ଚିବା ପରେ ଘଟକେଶ୍ୱର ବହୁମୁଖୀ ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ପ୍ରତ୍ୟକ୍ଷ ଅନୁଧ୍ୟାନ କରିଥିଲେ। କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରି ଚଳିତ ବର୍ଷ ଡିସେମ୍ବର ଶେଷସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କାର୍ଯ୍ୟାନ୍ୱୟନ ସଂସ୍ଥାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ, ବ୍ରହ୍ମପୁର ନିକଟରେ ଥିବା କୁକୁଡାହାଣ୍ଡି ବ୍ଲକ୍‌ ଅନ୍ତର୍ଗତ ଘଟକେଶ୍ୱର ବହୁମୁଖୀ ପ୍ରକଳ୍ପ ପ୍ରାୟ ୧୭୨.୦୬ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେଉଛି। ପରେ ପରେ ଏହି ଟିମ୍‌ କଙ୍କିଆ ଗ୍ରାମ ପଞ୍ଚାୟତର ପୁରୁଣା ପାଟଣା ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ ପ୍ରକଳ୍ପର କାର୍ଯ୍ୟାନ୍ୱୟନ ଅନୁଧ୍ୟାନ କରିଥିଲେ।

ଏହି ଅବସରରେ ଗଞ୍ଜାମ ଜିଲ୍ଲାର ୫୫୦ ଟି ମାଧ୍ୟମିକ ବିଦ୍ୟାଳୟ ନିମନ୍ତେ ଏକ ଅଭିନବ ସୌର-ଶକ୍ତି ପ୍ରକଳ୍ପର ଶୁଭାରମ୍ଭ କରାଯାଇଥିଲା। ପୁରୁଣା ପାଟଣା ଉଚ୍ଚବିଦ୍ୟାଳୟରେ ଏହି ପ୍ରକଳ୍ପକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଉଦ୍‌ଘାଟନ କରିଥିଲେ। ଏହି ପ୍ରକଳ୍ପକୁ ଯୁଦ୍ଧକାଳୀନ ଭିତ୍ତିରେ ୫୫୦ ଟି ବିଦ୍ୟାଳୟରେ ଶିଘ୍ର କାର୍ଯ୍ୟକାରୀ କରାଯିବ ବୋଲି ଜିଳ୍ଲାପାଳ କହିଥିଲେ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ରାଇରଙ୍ଗପୁରରେ ନୂତନ ତହସିଲଦାର ମିହିର ରଂଜନ ବେହେରାଙ୍କ ଯୋଗଦାନ

Sunil Chandra Nayak

ଵହଳଦା ଥାନା ପରିସରରେ ପୋଲିସ ଏବଂ ବନ ବିଭାଗ ମିଳିତ ଆନୁକୂଲ୍ୟରେ ବୃକ୍ଷରୋପଣ

Sunil Chandra Nayak

ଖଣ୍ଡିଆ ଖାବରା ବୃଦ୍ଧାଂକୁ ସହାୟତା ହାତ ବଢ଼ାଇଲେ ବିଜେଡି ଜୋନାଲ ନେତା ସୌମିକ ଦାସକାନୁନଗୋ

Sunil Chandra Nayak

Leave a Comment

error: Content is protected !!