ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

       ରାୟଗଡା :- ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପୌରହିତ୍ୟରେ ଏବଂ ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ତତ୍ୱାବଧାନରେ ଅଦ୍ୟ ତା-୨୧.୦୬.୨୦୨୫ ରିଖ ଶନିବାର ଦିନ ସକାଳ ଘ.୭.୩୦ମି ରେ ସ୍ଥାନୀୟ ରାୟଗଡା ସିଭିଲ କୋଟ୍ ପରିସରରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ଅତିରିକ୍ତ ଜିଲ୍ଲା ଦୌରା ଜଜ୍(ପୋକ୍ସ) ଶ୍ରୀମତି ସ୍ୱେତା ମିଶ୍ର, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ରେଜିଷ୍ଟ୍ରାର ଶ୍ରୀ ରାଣା ଘୋସ୍, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ରାୟଗଡା ବାର ଆସୋସିଏସନର ସମସ୍ତ ଆଇନଜିବୀ, ରାୟଗଡା ଜିଲ୍ଲା ଅଦାଲତର ସମସ୍ତ କର୍ମଚାରୀ ପ୍ରମୁଖ ଯୋଗଦେଇଥିଲେ I ସେହିପରି ରାୟଗଡା ଜିଲ୍ଲାର ସେଣ୍ଚରିଆନ ପବ୍ଲିକ ସ୍କୁଲ, ରାୟଗଡା ଉପକାରାଗାର ଓ ମାତୃଶକ୍ତି ବରିଷ୍ଠ ନାଗରିକ ଗୃହ, ରାୟଗଡା ପରିସରରେ ମଧ୍ୟ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହେବା ସହିତ ଏକ ଆଇନ ସଚେତନତା ଶିବିର ମଧ୍ୟ ଅନୁଷ୍ଠିତ ହେଇଯାଇଛି I ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ର ଉଦ୍ଦେଶ୍ୟ, ଆଭିମୁଖ୍ୟ ଏବଂ NALSA ର ବିଭିନ୍ନ ଯୋଜନା ଉପରେ ଉପସ୍ଥିତ ଥିବା ଅଂଶଗ୍ରହଣକାରୀମାନଙ୍କୁ ବିସୃତ ଭାବରେ ସଚେତନ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତ ଅଂଶଗ୍ରହଣକାରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ପଦୋନ୍ନତି ପାଇଲେ ୧୮ ଜଣ ଶିକ୍ଷୟତ୍ରୀ ଶିକ୍ଷକ

Sunil Chandra Nayak

ବାଣପୁର ସାନ ହନ୍ତୁଆଡ ବାଉଁଶ ନଇଁ ନିକଟରେ ସଡ଼କ ଦୁର୍ଘଟଣା ରେ ଯୁବ ବିଜେଡ଼ି ନେତା ଙ୍କ ମୃତ୍ୟୁ !!!

Sunil Chandra Nayak

ଲାଞ୍ଜିଗଡରୋଡ଼ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନରେ କାୟାକଳ୍ପ ଟିମ

masiha

Leave a Comment

error: Content is protected !!