ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚଚରାଗୁଡା ପଞ୍ଚାୟତ ରେ ବିକାଶ ବାହନ ଯାତ୍ରା 

ଚଚରାଗୁଡା ପଞ୍ଚାୟତ ରେ ବିକାଶ ବାହନ ଯାତ୍ରା 

ଡାବୁଗାଁ, ୨୧/୬ (ମ.ନି.ସ.)- ଓଡିଶା ସରକାରଙ୍କ ଦ୍ଵାରା ସ୍ଥିରୀକୃତ ବିକାଶ ବାହନ ଯାତ୍ରା ଶନିବାର ଚଚରାଗୁଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ରେ ଅନୁଷ୍ଠିତ ହୋଇଯାଇଛି । ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅଥିତି ଭାବେ ବ୍ଲକ ଅଧ୍ୟକ୍ଷା ଵୀଣା ମାଝୀ, ବିଡିଓ ଶରତ ମାଝି, ସରପଞ୍ଚ ରଞ୍ଜୁ ଭତ୍ରା, ନାଏବ ସରପଞ୍ଚ ଯୁଧିଷ୍ଠିର ତନ୍ତୀ, ଭାଜପା ର ଡାବୁଗାଁ ମଣ୍ଡଳ ସଭାପତି ମନୋଜ ପାତ୍ର, ନରେଶ ସିଂ, ନରୁ ସିଂ, ଜି.ସତ୍ୟା ରାଓ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଯୋଗାଣ ନିରିକ୍ଷକ ସିପ୍ରା ସାମଲ , ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅଧିକାରୀ ଯତୀନ ପାଣିଗ୍ରାହୀ, ବିପିସି ଆରଏଚ ଯୋଗେନ୍ଦ୍ର ମାଝି, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ ଓ ନରେଶ ଜାଲ ସମେତ ବିଭିନ୍ନ ବିଭାଗୀୟ ଅଧକାରୀ, ଆଶା କର୍ମୀ, ଅଙ୍ଗନୱାଡି କର୍ମୀ, ଗ୍ରାମର ଭଦ୍ର ବ୍ୟକ୍ତି ଓ ଜନପ୍ରତିନିଧି ଏବଂ ଗ୍ରାମବାସି ମାନେ ଉପସ୍ଥିତ ଥିଲେ । ଏଥିରେ ସରକାର ଙ୍କ ବିଭିନ୍ନ ବିଭାଗରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଗୁଡିକ ବିଷୟରେ ଲୋକଙ୍କୁ ଏଲଇଡି ମାଧ୍ୟମରେ ଅବଗତ କରାଯାଉଛି | ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ନିଜ ନିଜ ବିଭାଗରେ ଚାଲିଥିବା ସରକାର ଙ୍କ ଜନହିତକର ଯୋଜନା ଗୁଡିକ ଉପରେ ଆଲୋକପାତ କରିଥିଲେ | ଏଥିରେ ହିତାଧୀକାରୀ ଙ୍କୁ ଜବ୍ କାର୍ଡ ୨୨ ଟି , ପେନସନ କାର୍ଡ ୮ ଟି, ରାଶାନ କାର୍ଡ ୩ ଟି, ନିର୍ମାଣ ଶ୍ରମିକ କାର୍ଡ ୧୦ ଟି ଓ ଜଙ୍ଗଲ ଜମି ପଟ୍ଟା ୪୭ ଟି ବଣ୍ଟନ କରାଯାଇଥିଲା |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ବାଳସୁଧାର ଗୃହରେ ଖୁସି ବାଣ୍ଟିଲା ରାଉରକେଲା ଭାଇବ୍ରାଣ୍ଟ 

masiha

ଚିଲିଗୁଡ଼ା ରେ ମା ଠାକୁରାଣୀଙ୍କ ଚୈତ୍ର ପର୍ବ ଅନୁଷ୍ଠିତ

masiha

ପ୍ରକାଶ ପାଇଲା କବିତା ପ୍ରତିଯୋଗିତାର ଫଳାଫଳ, ଢେଙ୍କାନାଳ ଜିଲ୍ଲାକୁ ମିଳିଲା ପ୍ରଥମ ସ୍ଥାନ

Sunil Chandra Nayak

Leave a Comment

error: Content is protected !!