ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉମରକୋଟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଉମରକୋଟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୨୩.୬.୨୦୨୫)(ରବିନାରାୟଣମହାନ୍ତି)ଆଜି ଉମରକୋଟ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦର ୱାନ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର , ବି ଡି ଓ ମନୋଜ କୁମାର ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୪୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ବଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ୨୨ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହ୍ବିଲ୍ ଚେୟାର ଏବଂ ୨ ଜଣ ଙ୍କୁ ବୈଶାଖୀ ପ୍ରଦାନ କରାଯାଇଥିଲା।

Related posts

ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ବୈଠକ 

Sunil Chandra Nayak

ଜିଓ ନେଟ୍ଓ୍ଵର୍କର ଗାତରେ ପଡି ଦୁଇ ଗୁରୁତର

Sunil Chandra Nayak

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଦ୍ବାରା ଆମ୍ବାବାଡି ଆଦିବାସୀ ଝିଅ ସମ୍ମାନିତ

Leave a Comment

error: Content is protected !!