ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଞ୍ଚାୟତ ଅଗ୍ରଗତି ତଥ୍ୟ ତାଲିମ ଶିବିର 

ପଞ୍ଚାୟତ ଅଗ୍ରଗତି ତଥ୍ୟ ତାଲିମ ଶିବିର 

ଡାବୁଗାଁ, ୨୩/୬ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ୨ ଦିନିଆ ପଞ୍ଚାୟତ ଅଗ୍ରଗତି ତଥ୍ୟ ତାଲିମ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଦରିଦ୍ର ମୁକ୍ତ ପଞ୍ଚାୟତ, ସୁସ୍ଥ ପଞ୍ଚାୟତ, ଶିଶୁ ଅନୁକୂଳ ପଞ୍ଚାୟତ, ପର୍ଯ୍ୟାପ୍ତ ଜଳ ପଞ୍ଚାୟତ, ପରିବେଶ ଓ ସବୁଜ ଗ୍ରାମ ପଞ୍ଚାୟତ, ଭିତ୍ତିଭୂମି ବିକାଶ, ସାମାଜିକ ସୁରକ୍ଷା ପଞ୍ଚାୟତ, ସୁଶାସନ ପଞ୍ଚାୟତ ଓ ମହିଳା ଅନୁକୂଳ ପଞ୍ଚାୟତ ଉପରେ ବିଭିନ୍ନ ତଥ୍ୟ ନେଇ ତାଲିମ ଦିଆଯାଇଥିଲା | ଏଥିରେ ପ୍ରଶିକ୍ଷକ ଭାବେ ବିଡିଓ ଶରତ ମାଝି, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ସିପି ପ୍ରବୀଣ ପଟ୍ଟନାୟକ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ. ଡି ପ୍ରସାଦ ଓ ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ ପ୍ରମୁଖ ତାଲିମ ଦେଇଥିଲେ | ଏଥିରେ ଅଙ୍ଗନୱାଡ଼ି ସୁପରଭାଇଜର ପ୍ରଣମିତା ପଟ୍ଟନାୟକ, ସାଇରା ବାନୁ,ରୋଜାଲିନ ପ୍ରଧାନ ଓ କୁନମୁନ ସେନାପତି, ପଞ୍ଚାୟତ ନିର୍ବାହୀ ଅଧିକାରୀ ଦିବ୍ୟଶଙ୍କର ପୂଜାରୀ, କାମିନୀ ହରିଜନ, ନରେଶ ଜାଲ, ସରପଞ୍ଚ, ପଶୁଧନ ନିରିକ୍ଷକ, ଅଙ୍ଗନୱାଡ଼ି କର୍ମୀ ମାନେ ଉପସ୍ଥିତ ଥିଲେ | ମୋଟ ୭୨ ଜଣ ତାଲିମ ନେଇଥିଲେ |

ଡାବୁଗାଁରୁ ପ୍ରଜ୍ଞରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଧୁମଧାମରେ ପାଳିତ ହେଲା ସାମ୍ବାଦିକ ନରୋତ୍ତମ ସେଲମାଙ୍କ ୨୫ତମ ବିବାହ ବାର୍ଷିକ ଉତ୍ସବ

Sunil Chandra Nayak

ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ କାନଭାସର ସାତଦିନିଆ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମର ଭବ୍ୟ ସମାପନୀ ଉତ୍ସବ

Sunil Chandra Nayak

ବୋରିଗାଁରେ କଂଗ୍ରେସ ବିଧାୟକ ପାର୍ଥୀଙ୍କ କର୍ମୀ ସମ୍ମିଳନୀ

masiha

Leave a Comment

error: Content is protected !!