ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଜନଶୁଣାଣୀ , ୧୬୦ ଅଭିଯୋଗ ପଞ୍ଜିକୃତ

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଜନଶୁଣାଣୀ , ୧୬୦ ଅଭିଯୋଗ ପଞ୍ଜିକୃତ

କେନ୍ଦ୍ରାପଡ଼ା, ୨୩/୦୬: ଆଳି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦.୩୦ ମି.ରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ଜନଶୁଣାଣୀରେ ମୋଟ ୧୬୦ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ।ସେଥିମଧ୍ୟରୁ ୧୫ ଟି ସାମୂହିକ ହୋଇଥିବା ବେଳେ ୧୪୫ ଟି ବ୍ୟକ୍ତିଗତ ଥିଲା ।ଏହାଛଡା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣଙ୍କୁ ୩୦୦୦/- ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି | ଆଜିର ଏହି ଜନଶୁଣାଣୀରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦେବାଶିଷ ଧଳ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ ସମେତ ବିଡିଓ, ତହସିଲଦାର, ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗର ଶୁଣାଣୀ କରିଥିଲେ | ସୂଚନାଯୋଗ୍ୟ ଯେ ଆସନ୍ତା ସୋମବାର ଅର୍ଥାତ ୩୦ ଜୁନରେ ମହାକାଳପଡ଼ା ପଂଚାୟତ ସମିତି କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହେବ।

କେନ୍ଦ୍ରାପଡ଼ା ରୁ ଜିଲ୍ଲା ପ୍ରତିନିଧି ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ ମସିହା ନିୟୁଜ

Related posts

ଜିଲ୍ଲାସଦର ମହକୁମାରେ ନବନିର୍ମିତ ଟାଉନ୍ ଥାନା ଗୃହ ଆଭାସୀ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଦ୍ଵାର ଉଦଘାଟିତ

masiha

ସମ୍ବିଧାନ ଦିବସ ପାଳନ ପାଇଁ ଆଲୋଚନା ଚକ୍ର 

masiha

ରାଉରକେଲା ପାୱାର ହାଉସ୍ ରୋଡ୍ ପାର୍କିଂର ଏକ ବନ୍ଦ କିଓସ୍କରୁ ମୃତଦେହ ଠାବ

Sunil Chandra Nayak

Leave a Comment

error: Content is protected !!