ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବ ବ୍ୟବସାୟୀ ମୃତ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବ ବ୍ୟବସାୟୀ ମୃତ

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଗୋଲାମୁଣ୍ଡା ଗ୍ରାମରେ ଜଣେ ଯୁବ ବ୍ୟବସାୟୀଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ଯୁବ ବ୍ୟବସାୟୀ ଜଣକ ହେଲେ ଗୋଲାମୁଣ୍ଡା ଗ୍ରାମର ରାକେଶ କୁମାର ଅଗ୍ରୱାଲ (୩୮) । ସେ ଗୋଲାମୁଣ୍ଡା ବ୍ଲକ ର ଜଣେ ସୁପରିଚିତ ଯୁବ ବ୍ୟବସାୟୀ ଥିଲେ । ସୂଚନାଯୋଗ୍ୟ ଯେ, ସେ ତାଙ୍କ ଗୋଦାମ ଗୃହ ରେ ଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ସେହି ସମୟରେ ତାଙ୍କୁ ବିଦ୍ୟୁତ ଆଘାତ ଲାଗିଥିଲା ଫଳରେ ସେଠାରେ ସେ ଅଚେତ ହୋଇପଡ଼ିଥିଲେ। ପରେ ସ୍ଥାନୀୟ ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ଗୋଲାମୁଣ୍ଡା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ବେଲେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଲୟ କୁ ରେଫର କରାଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଯୁବ ବ୍ୟବସାୟୀ ଙ୍କ ଶୋକ ଖବର ପାଇବା ପରେ ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର,ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ,ଜନ ସଂଗ୍ରାମ ସମିତି ସଭାପତି ସାଉଳ ମଙ୍ଗରାଜ,ପିସିସି ସମ୍ପାଦକ ତୁଲେଶ୍ୱର ନାଏକ,ବ୍ଲକ କଂଗ୍ରେସ ସଭାପତି ନୌକେଶ୍ୱର ପୁଟେଲ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି । ଖବର ପାଇ ଗୋଲାମୁଣ୍ଡା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। 

ଦାମୋଦର ଦାସ ଙ୍କ ରିପୋର୍ଟ୍ 

Related posts

ଗରିବ କୃଷକ ପରିବାରର  ଝିଅ ଓ ପୁଅ ବ୍ଲକ ଟପର , ଗାଁ ରେ ଖୁସିର ଲହରୀ 

masiha

୧- ଦଶୀପୁର ଅଞ୍ଚଳରେ ହାତୀ ଉପଦ୍ରବ ଧାନକ୍ଷେତ ଉଜୁଡ଼ିଲା,ଚିନ୍ତାରେ ଚାଷୀ , ୨- ନୂଆ ଏସପି ଏବେ ଆକ୍ସନ ମୁଡ୍‌ରେ,ନଷ୍ଟ କରାଗଲା ବିକଟାଳ ଶବ୍ଦ କରୁଥିବା ସାଇଲେନ୍ସର , ୩-ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ,୨ ଆହତ , ୪- ୪ ଗାଡ଼ି ଜବତ,୩୬ ହଜାର ଜରିମାନା ଆଦାୟ ନାବାଳକଙ୍କ ପାଇଁ ୨୫ ହଜାର ତଣ୍ଡ ଗଣିଲେ ଅଭିଭାବକ , ୫- ନୀତି ଆୟୋଗ ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କଲେ କେନ୍ଦ୍ରୀୟ ପ୍ରଭାରୀ ଅଧିକାରୀ ସୁଶ୍ରୀ ଶାଳିନୀ ପଣ୍ଡିତ , ୬- ପୋଲିସ ହେପାଜତ ରୁ ଖସି ପଳାଇବା ମାମଲାରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ , ୭- ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ଢେଙ୍କାନାଳର ବୟସ୍କ ନାଗରିକଙ୍କ ସହ ଭାବ ବନ୍ଧନ କାର୍ଯ୍ୟକ୍ରମ , ୮- ୪୨ତମ ପିଙ୍ଗୁଆ କପ ୨0-୨0 କ୍ରିକେଟ ଟୁର୍ନାମେଣ୍ଟ  ୧୯ ଅକଟୋବର ୨0୨୬ରୁ ଉଦଘାଟନ , ୯- ସାପ କାମୁଡ଼ାରେ ବାଳିକା ର ମୃତ୍ୟୁ  , ୧୦- ଜିଲ୍ଲାପାଳ ,ଏସ ପି ଙ୍କ ଜନ ଶୁଣାଣି : ୧୦୦ ଟି ଅଭିଯୋଗରୁ ୬ ଟି ସମାଧାନ , ୧୧-ଆନ୍ତର୍ଜାତୀୟ ବାଳିକା ଶିଶୁ ଦିବସ ପାଳିତ , ୧୨- ବିଜେଡି ପକ୍ଷରୁ ନାଗିଆପଶି ପଞ୍ଚାୟତ କମିଟି ବୈଠକ, ୧୩- ସହିଦ ବାଜିରାଉତ ବଳିଦାନ ଦିବସ ପାଳିତ , ୧୪-ବିଜେଡି ସଦର ବ୍ଲକ କମିଟି ନୂତନ କର୍ମକର୍ତ୍ତା ଚୟନ ଓ ବୈଠକ , ୧୫ – ନିଜର ନେତ୍ର ଦାନ କରି ଉଦାହରଣ ସାଜିଲେ ଉଦୟ , ୧୬-ଅଜଗର ଉଦ୍ଧାର

Sunil Chandra Nayak

ଶେଷ ହେଲା ଭବାନୀପାଟଣା ବ୍ଲକର କର୍ଲାପଡା ଠାରେ କ୍ଲଷ୍ଟରସ୍ତରୀୟ ଟିଏଲ୍ଏମ୍ ମେଳା

masiha

Leave a Comment

error: Content is protected !!