ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଯାଜପୁରର ନୂତନ ଜିଲ୍ଲାପାଳ ଭାବେ ଅମ୍ବର କୁମାର କରଙ୍କ ଯୋଗଦାନ

ଯାଜପୁରର ନୂତନ ଜିଲ୍ଲାପାଳ ଭାବେ ଅମ୍ବର କୁମାର କରଙ୍କ ଯୋଗଦାନ

ଯାଜପୁର , ୧୭ ଜୁଲାଇ ୨୦୨୫ (ପ୍ରଦୀପ କୁମାର ମଲ୍ଲିକ) : ଆଜି ପୂର୍ବାହ୍ନରେ ଯାଜପୁରର ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଅମ୍ବର କୁମାର କର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ ଶ୍ରୀ ଶିବାନନ୍ଦ ସ୍ବାଇଁଙ୍କ ଠାରୁ କାର୍ଯ୍ୟଭାର ଗ୍ରହଣ କରିଥିଲେ। କାର୍ଯ୍ୟରେ ଯୋଗଦାନ ପରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ପୂର୍ବରୁ ଜିଲ୍ଲାପାଳ ଶ୍ରୀ କର ଅବକାରୀ ବିଭାଗ ର ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିଲେ। କଟକ ରେ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ଥିବା ସମୟରେ ସଫଳ ଭାବେ ଜିଲ୍ଲା ପରିଷଦ ନିର୍ବାଚନ ଓ ନୋଡାଲ ଅଧିକାରୀ ଭାବେ କଟକ ବାଲିଯାତ୍ରା ପରିଚାଳନା କରିଥିଲେ।ଜିଲ୍ଲାପାଳ ଭାବେ ଯାଜପୁର ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ କାର୍ଯ୍ୟ କରିବେ ବୋଲି କହିଥିଲେ।ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ଦଳଗତ ଭାବେ ଜିଲ୍ଲା ର ଉନ୍ନତି ପାଇଁ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ ଶ୍ରୀ ଶିବାନନ୍ଦ ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ଯୁଧିଷ୍ଠିର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ, ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀ ଓ ବିଭାଗୀୟ ଅଧିକାରୀ ଙ୍କ ସହ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ ଉପସ୍ଥିତ ରହି ଜିଲ୍ଲାପାଳଙ୍କୁ ସାକ୍ଷାତ ପୂର୍ବକ ପୁଷ୍ପ ଗୁଚ୍ଛ ପ୍ରଦାନ କରି ଶୁଭେଚ୍ଛା ଜଣାଇଥିଲେ।

Related posts

ପାରଳା ମହାରାଜାଙ୍କ ଜୟନ୍ତୀ ପାଳିତ

masiha

ସ୍ଵର୍ଗତ ରାମଚନ୍ଦ୍ର ମହାନ୍ତିଙ୍କ ସୃଜନ କୃତି ‘ରଚନା ସମଗ୍ର’ ଉନ୍ମୋଚିତ 

masiha

ଶତାୟୁ,ପିଏମ୍ ଶ୍ରୀ ବି.ବି. ହାଇସ୍କୁଲ,ଢେଙ୍କାନାଳ ପରିସରରେ ବର୍ଣ୍ଣାଢ଼୍ୟ ୭୯ତମ ସ୍ଵାଧୀନତା ଦିବସ -୨୦୨୫ ଉତ୍ସବ ପାଳିତ 

Sunil Chandra Nayak

Leave a Comment

error: Content is protected !!