ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ଧର୍ମଗଡ ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ଧର୍ମଗଡ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଧର୍ମଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ ଙ୍କ ସଭାପତିତ୍ୱ ରେ ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ , ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ଭାରପ୍ରାପ୍ତ ଉପଜିଲ୍ଲାପାଳ ଅଜୟ ପ୍ରକାଶ ତିର୍କି , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କଳାହାଣ୍ଡି ଶୁଭ୍ରାଂଶୁ ଶେଖର ମିଶ୍ର ,ବିଡ଼ିଓ ସଦାଶିବ ନାୟକ ,ଏନଏସି ଅଧ୍ୟକ୍ଷ ଅଶୋକ ମହାନ୍ତି ସମେତ ସମସ୍ତ ବିଭାଗର ଜିଲ୍ଲା ଓ ବ୍ଲକ ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଜିଲ୍ଳାପାଳଙ୍କ ଏହି ଅଭିଯୋଗ ଶୁଣାଣୀରେ ପକ୍କାଘର, ରାସନ କାର୍ଡ,ଭତ୍ତା, ଗମନାଗମନ, ପାନୀୟ ଜଳ ଭଳି ଅନେକ ମାମଲାର ବିଚାର ହୋଇଥିଲା । ଏହି ଜନ ଶୁଣାଣି ଶିବିରରେ ମୋଟ ୭୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୩ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୭ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ଏଥିରେ ୧୧ ଟି ମାମଲା ର ତୁରନ୍ତ ସମାଧାନ ହୋଇଥିଲା।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ବିଷାକ୍ତ ସାପ କାମୁଡ଼ିବାରୁ ସିନାମାଳ ଗ୍ରାମର ନାବାଳିକା ଗୁରୁତର

Sunil Chandra Nayak

ବନ୍ୟା ଆଶ୍ରୟସ୍ଥଳୀରେ ବିପର୍ଯ୍ୟୟ ପରିଚାଳନା ମକ୍ ଡ୍ରିଲ

masiha

ସରକାରୀ ସ୍ନାତକ ମହାବିଦ୍ୟାଳୟ କୋଷାଗୁମୁଡା ଠାରେ ମହିଳା ଓ ଛାତ୍ରୀ ମାନଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!