ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଦ୍ମପୁରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ପଦ୍ମପୁରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ 

ପଦ୍ମପୁର/ରାୟଗଡ:- ତା.୨୮-୦୭-୨୦୨୫ରିଖ ଦିନ ପଦ୍ମପୁର ବ୍ଲକ ସଦଭାବନା ସଭାଗୃହ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ନୂତନ ଭାବେ ଯୋଗ ଦେଇଥିବା ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ତଥା ଭାରପ୍ରାପ୍ତ ଗୁଣପୁର ଉପ ଜିଲ୍ଲାପାଳ ଅଜୟ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ ଦେବୀ ପଦ୍ମପୁର ବ୍ଲକ ଅଧ୍ୟକ୍ଷା ମଣିମାଳା ଶବର ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୬୦ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୫୩ଟି ବ୍ୟକ୍ତିଗତ, ୦୭ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ସମସ୍ତ ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କ ଅବଗତ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅଭିଯୋଗ ଶିବିରରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ରଞ୍ଜିତା ବେହେରା, ଅବକାରୀ ନିରୀକ୍ଷକ ଧଳସାମନ୍ତ, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଉପଖଣ୍ଡ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଜନୀଙ୍କଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପଦ୍ମପୁର ତହସିଲଦାର, ପଦ୍ମପୁର ଥାନା ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

ସହକାରି ଜିଲ୍ଲାପାଳ ତଥା ଅଭିଯୋଗ ଶୁଣାଣି ଅଧିକାରୀ ସସ୍ମିତା ପଟ୍ଟନାୟକ, ଅଭିଯୋଗ ଶୁଣାଣିର ବରିଷ୍ଠ ରାଜସ୍ୱ ସହାୟକ ଅଚ୍ୟୁତାନନ୍ଦ ଲିମା କନିଷ୍ଠ ରାଜସ୍ୱ ସହାୟକ ଲୋପାମୁଦ୍ରା ଶିବିର ପରିଚାଳନା କରିଥିଲେ । 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ ବିଜ୍ଞାପିତ ଅଂଚଳରେ ଶିଶୁଶ୍ରମିକ ନିରାକରଣ ପାଇଁ ସଚେତନତା ଅଭିଯାନ

masiha

ଚଇତି ଶୁଭାରମ୍ଭ ଓ କଲ୍ୟାଣସିଂହପୁରରେ ଚଇତି ପରବ ନିମନ୍ତେ ପ୍ରସ୍ତୁତି ବୈଠକ 

masiha

ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଲେ ପଞ୍ଚାୟତ ପ୍ରତିନିଧି

masiha

Leave a Comment

error: Content is protected !!