ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋଶାଗୁମୁଡ଼ା ଠାରେ ଜିଳ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

କୋଶାଗୁମୁଡ଼ା ଠାରେ ଜିଳ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୨୮.୦୭.୨୦୨୫)ଆଜି କୋଶାଗୁମୁଡ଼ା ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଯଦୁମଣି ନାୟକ,ପ୍ରକଲ୍ପ ପ୍ରଶାସକ,ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ରାଜୀବ ଲୋଚନ ସାହୁ , ବି ଡି ଓ ଆଶିଷ କୁମାର ତ୍ରିପାଠୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ୨୦ ଟି ହୂଇଲ ଚେୟାର ଓ ୬ ଟି ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଧର୍ମଗଡ ତିନିଛକ ଠାରେ ଅସହାୟ ଅବସ୍ଥାରେ ବୁଲୁଥିବା ବୃଦ୍ଧା ର ପରିଚୟ ମିଳିଲା , ପରିବାରକୁ ହସ୍ତାନ୍ତର କଲା ଧର୍ମଗଡ ଥାନା ପୋଲିସ

Sunil Chandra Nayak

ଦ୍ବିତୀୟ ପି ଏମ ମହାନ୍ତି ମେମୋରିଆଲ ଚେସ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

Sunil Chandra Nayak

ବିଭିନ୍ନ ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ କର୍ମକର୍ତ୍ତା 

masiha

Leave a Comment

error: Content is protected !!