ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅଗଷ୍ଟ ଓ ସେପ୍ଟେମ୍ବର – ୨୦୨୫ ମାସ ନିମନ୍ତେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସ୍ତିରିକୃତ

ଅଗଷ୍ଟ ଓ ସେପ୍ଟେମ୍ବର – ୨୦୨୫ ମାସ ନିମନ୍ତେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସ୍ତିରିକୃତ

ଯାଜପୁର୍ ୩୦ ଜୁଲାଇ ୨୦୨୫ (ପ୍ରଦୀପ କୁମାର ମଲ୍ଲିକ) : ଚଳିତ ବର୍ଷ ୨୦୨୫ ଅଗଷ୍ଟ ଓ ସେପ୍ଟେମ୍ବର ମାସରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ବର କୁମାର କର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲଙ୍କ ଜିଲ୍ଲାସ୍ତରୀୟ ଏବଂ ଜିଲ୍ଲାର ବିଭିନ୍ନ ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବା ପାଇଁ କାର୍ଯ୍ୟସୂଚୀ ସ୍ତିରୀକୃତ ହୋଇଅଛି । ଜନ ସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକୁ ଜିଲ୍ଲାର ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଅଧିକ୍ଷଣ ଯନ୍ତ୍ରୀ ଓ ନିର୍ବାହୀ ଯନ୍ତ୍ରୀ ମାନଙ୍କ ଉପସ୍ଥିତିରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଏବଂ ଆରକ୍ଷୀ ଅଧିକ୍ଷକ ମିଳିତ ଭାବେ ଅଭିଯୋଗ ଗୁଡିକର ତତ୍କାଳ ସମାଧାନ କରିବେ । ଚଳିତ ଅଗଷ୍ଟ ମାସରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଗୁଡିକର କାର୍ଯ୍ୟସୂଚୀ ଅନୁଯାୟୀ ତା ୦୪।୦୮।୨୦୨୫ ରିଖ (ସୋମବାର) ଜିଲ୍ଲା ପରିଷଦ ସମ୍ମିଳନୀ ଗୃହ, ଯାଜପୁର ରେ, ତା ୧୧।୦୮।୨୦୨୫ ରିଖ (ସୋମବାର) ଦାନଗଦି ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ, ତା ୧୮।୦୮।୨୦୨୫ ରିଖ (ମଙ୍ଗଳବାର) ସୁକିନ୍ଦା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହ, ତା ୨୫।୦୮।୨୦୨୫ ରିଖ (ସୋମବାର) କୋରେଇ ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ, ସେହିପରି ଆଗାମୀ ସେପ୍ଟେମ୍ବର ମାସ ତା ୦୧.୦୯.୨୦୨୫ ରିଖ(ସୋମବାର) ଜିଲ୍ଲା ପରିଷଦ ସମ୍ମିଳନୀ ଗୃହ, ଯାଜପୁର, ତା ୦୮.୦୯.୨୦୨୫ ରିଖ(ସୋମବାର) ବିଞ୍ଝାରପୁର ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ, ତା ୧୫.୦୯.୨୦୨୫ ରିଖ(ସୋମବାର) ବଡ଼ଚଣା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହ, ତା ୨୨.୦୯.୨୦୨୫ ରିଖ (ସୋମବାର) ବରୀ ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଯଥାକ୍ରମେ ପୂର୍ବାହ୍ନ ଘ. ୧୦.୦୦ ଟିକା ସମୟରୁ ଅପରାହ୍ନ ଘ ୦୨.୦୦ ଟିକା ସମୟ ପର୍ଯ୍ୟନ୍ତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ଏଣୁ ଦାନଗଦି ବ୍ଲକ୍, ସୁକିନ୍ଦା ବ୍ଲକ, କୋରେଇ ବ୍ଲକ, ବିଂଝାରପୁର ବ୍ଲକ, ବଡ଼ଚଣା ବ୍ଲକ, ବରୀ ବ୍ଲକ୍ ଏବଂ ଜିଲ୍ଲାର ଯେଉଁ ଜନସାଧାରଣଙ୍କ କୌଣସି ଆପତ୍ତି ଅଭିଯୋଗ ଥିଲେ ସେମାନେ ନିର୍ଦ୍ଧାରିତ ଦିବସ, ସମୟ ଓ ସ୍ଥାନରେ ଉପସ୍ଥିତ ରହି ସେମାନଙ୍କର ଆପତ୍ତି ଅଭିଯୋଗ ଗୁଡିକର ସମାଧାନ କରିବାକୁ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସୂଚନା ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଜଣାଇ ଦିଆଗଲା।

Related posts

ଓଡ଼ିଶା ସରକାରଙ୍କ ସମବାୟ ବିଭାଗ ଢେଙ୍କାନାଳ ଜିଲ୍ଲା ପକ୍ଷରୁ ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗିତା-୨୦୨୪ ଅନୁଷ୍ଠିତ 

masiha

ନାବାର୍ଡ ତରଫରୁ ଉପାଦେୟ ଭିତ୍ତିକ ସୌଖିନ କାଠ କଣ୍ଡେଇ ପ୍ରଶିକ୍ଷଣ ଶିବିର ଉଦଘାଟିତ

Sunil Chandra Nayak

ରାଉରକେଲା ଠାରେ ମଧ୍ୟାହ୍ନ ଭୋଜନ ପାଚକ ପାଚିକା ସୁନ୍ଦରଗଡ଼ ଜିଲ୍ଲା ସମ୍ମିଳନୀ ସମାବେଶ

masiha

Leave a Comment

error: Content is protected !!