ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ ତାଲୁକ ଆଇନ ସେବା ସମିତି ତରଫରୁ ଆଇନ ସଚେତନତା ଶିବିର 

ଧର୍ମଗଡ ତାଲୁକ ଆଇନ ସେବା ସମିତି ତରଫରୁ ଆଇନ ସଚେତନତା ଶିବିର 

ତାଲୁକ ଆଇନ ସେବା ସମିତି ଧର୍ମଗଡ ଦ୍ୱାରା ସ୍ଥାନୀୟ ସିଟି ସ୍କୁଲ ଠାରେ ଅତିରିକ୍ତ ଜିଲ୍ଲା ଜଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି I ଏହି କାର୍ଯ୍ୟକ୍ରମ ରେ ସମ୍ନାନିତ ଅତିଥି ଭାବରେ, ବରିଷ୍ଠ ଦେୱାନୀ ବିଚାରପତି ଇପ୍ସି ମହାନ୍ତି, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଶ୍ରୀ ଚନ୍ଦନ ସେଠି, ବରିଷ୍ଠ ଆଇନଜୀବୀ ଚିନ୍ତାମଣି ପାତ୍ର, ସରକାରୀ ଓକିଲ ଧୀରେନ୍ଦ୍ର ନାଥ ପାତ୍ର , ରିଟେନର କମଳିନୀ ରଥ, ବରିଷ୍ଠ ଓକିଲ ତଥା ସଦସ୍ୟା ତାଳୁକ ଆଇନ ସେବା ସମିତି, ସଂଯୁକ୍ତା ପଣ୍ଡା , ଉକ୍ତ ଅନୁଷ୍ଠାନ ର ଭାରପ୍ରାପ୍ତ ଅଧ୍ୟକ୍ଷ୍ୟ ଆଦିତ୍ୟ ନାରାୟଣ ପାତ୍ର ଏବଂ ଅଧ୍ୟାପିକା ଅଞ୍ଜୁଶ୍ରୀ ମିଶ୍ର ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଅବସରରେ ତାଳୁକ ଆଇନ ସେବା ସମିତି ର ଅଧ୍ୟକ୍ଷ ଶ୍ରୀ ପ୍ରଧାନ ପୋସ୍କୋ ଅଧିନିୟମ କଣ, ଜଣେ ପୀଡିତ କେମିତି ଭାବରେ ଅଭିଯୋଗ କରିପାରିବିବେ ଏବଂ ସେହି ଅଭିଯୋଗ ର କିଭଳି ଭାବରେ ସମାଧାନ କରାଯାଇପାରିବ ତାହା ଉପରେ ଆଲୋକପାତ କରିଥିଲେ । ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରି ସରକାରୀ ଓକିଲ ଶ୍ରୀ ପାତ୍ର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ପାଇଁ ଅଭିନୀତ ଅଟ୍ରୋସିଟି ଅଧିନିୟମ ଉପରେ ସମ୍ୟକ ଧାରଣ ଦେବ ସହ ତାହାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ । ଏହି ପରିପେକ୍ଷୀରେ ଅନ୍ୟ ବକ୍ତାମାନେ ନିଜ ନିଜ ମନ୍ତବ୍ୟ ଦେଇଥିଲ । ଶ୍ରୀମତୀ ସଂଯୁକ୍ତା ପଣ୍ଡା ସଭା କୁ ପରିଚାଳନା କରିଥିଲେ ଏବଂ ଶ୍ରୀମତୀ ଅଞ୍ଜୁଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଇନଷ୍ଟିଚ୍ୟୁସନ୍ ଅଫ୍ ଇଞ୍ଜିନିୟର୍ସ (ଭାରତ), ରାଉରକେଲା କେନ୍ଦ୍ର ଦ୍ୱାରା ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ

masiha

ମହିଳା ମହାବିଦ୍ୟାଳୟରେ ବିଶ୍ବ ଏଡସ୍ ଦିବସ ପାଳିତ 

masiha

ଏମିତି ଭାଇ ଜଗତେ ନାହି

masiha

Leave a Comment

error: Content is protected !!