ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ ମୋଟ ୨୬୧ଗୋଟି ଅଭିଯୋଗର ହେଲା ଶୁଣାଣି 

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ

ମୋଟ ୨୬୧ଗୋଟି ଅଭିଯୋଗର ହେଲା ଶୁଣାଣି 

ମୟୂରଭଂଜ – ୫/୦୮ — : ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ପୂର୍ବାହ୍ନ ୧୦ଘଟିକା ସମୟରେ ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟ ଭା. ପ୍ର. ସେଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଆରମ୍ଭ ହୋଇଥିଲା . ଉକ୍ତ ଜନଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣମ ଗୁଣ୍ଟୁପଲ୍ଲୀ,ଭା.ପୋ.ସେ., ଜ଼ିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଆଧୀକାରୀ ଶ୍ରୀ ଧର୍ମାନନ୍ଦ ବେହେରା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କିଶୋର କୁମାର ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଥିଲେ।

ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡ ର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ।

ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୨୬୧ଟି ଅଭିଯୋଗ ପତ୍ର ଶୁଣାଣି ପାଇଁ ଗ୍ରହଣ ହୋଇଥିଲା । ଉକ୍ତ ୨୬୧ଗୋଟି ଅଭିଯୋଗ ମଧ୍ୟରୁ ୨୩୦ଟି ବ୍ୟକ୍ତିଗତ ସମସ୍ୟା ସମ୍ଭନ୍ଧିତ ଥିବାବେଳେ, ୩୧ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା। ୦୯ଟି ଆପତ୍ତିର ତତ୍କାଳ ସମାଧାନ ହୋଇଥିଲା।

ଅଭିଯୋଗ ର ଗୁରୁତ୍ୱ କୁ ବିଚାର କରି ଜିଲ୍ଲାପାଳ ୫ଜଣ ଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୫,୦୦୦/-ଟଙ୍କା ଏବଂ ୪ଜଣଙ୍କୁ ରେଡ କ୍ରସ ପାଣ୍ଠି ରୁ ୨୫,୦୦୦/-ଟଙ୍କା ମଂଜୁର କରିଛନ୍ତି।ଆଜିର ଜନ ଅଭିଯୋଗ ଶୁଣାଣୀରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ସହଯୋଗ କରିଥିଲେ।

ମୟୂରଭଂଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ରାଇରଙ୍ଗପୁରରେ ମିଶନ ଶକ୍ତି କର୍ମକର୍ତ୍ତାଙ୍କ ସଚେତନତା କର୍ମଶାଳାରେ ଯୋଗଦେଲେ ରାଜ୍ୟ ମିଶନର ଶକ୍ତି ଉପଦେଷ୍ଟା ଡଃ ଗୀତାଞ୍ଜଳି ବସ୍ତିଆ

masiha

ଜୁନାଗଡ଼ –ନବରଙ୍ଗପୁର ରେଳପଥ ପାଇଁ ଜମି ଅଧିଗ୍ରହଣ ନେଇ ବିଜ୍ଞପ୍ତି 

masiha

ବହୁଜନ ସମାଜ ପାର୍ଟି ତରଫରୁ ଆମ୍ବେଦକର ଜନ୍ମଜୟନ୍ତୀ ଅନୁଷ୍ଠିତ

masiha

Leave a Comment

error: Content is protected !!