ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡ ଜିଲ୍ଲାପାଳଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

ରାୟଗଡ ଜିଲ୍ଲାପାଳଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

 କାଶୀପୁର /ରାୟଗଡ/୧୧-୦୮-୨୦୨୫ : ଆଜି ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର.,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁର,ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ,ସମିତି ଅଧ୍ୟକ୍ଷ, କଣ୍ଠମାଝି, ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l ଆଜି ମୋଟ ୧୪୦ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୧୧୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳ     ୨୩ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୨ଜଣକୁ ରେଡ କ୍ରସ ପାଣ୍ଠିରୁ ୩୫୦୦୦ ହଜାର ଟଙ୍କା ଜିଲ୍ଲାପାଳ ପ୍ରଦାନ କରିଛନ୍ତି l ଏହାପରେ ଜିଲ୍ଲାପାଳ ପ୍ରଶାସନିକ ଅଧିକାରୀ ମାନଙ୍କୁ ନେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମୀକ୍ଷା ବୈଠକ କରିଥିଲେ l     

 ଏହି ଅଭିଯୋଗ ଶିବିରରେ  ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

 

   

Related posts

ମୂଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ରେ ନୂତନ ପେନସନ ସ୍କିମ ଶିକ୍ଷକମାନଙ୍କ ଦୁଇ ଦଫା ଦାବିପତ୍ର ପ୍ରଦାନ

Sunil Chandra Nayak

ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ଗୋପବନ୍ଧୁ ଜୟନ୍ତୀ ପାଳନ

Sunil Chandra Nayak

‘ମୋନ୍ଥା’ ପ୍ରଭାବ ରେ ଓଷାଦେବୀ ହାଇସ୍କୁଲରଛାତ୍ରୀନିବାସ ପାଚେରୀ ଭାଙ୍ଗିଲା 

Sunil Chandra Nayak

Leave a Comment

error: Content is protected !!