ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜୁନାଗଡ଼ଠାରେ ଜିଲ୍ଲାପାଳ ଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

 ଜୁନାଗଡ଼ ,ତା ୦୨.୦୫.(ମ ନି ସ) ଆଜି ସ୍ଥାନୀୟ ଜୁନାଗଡ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ ଗାଭାଲି ପରାଗ ହର୍ଷଦ୍ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ଜୁନାଗଡ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୭୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୫୧ଟି ବ୍ୟକ୍ତିଗତ ସମସ୍ୟା ଆଧାରିତ ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା। ଜନଶୁଣାଣୀ ଶିବିର ପୂର୍ବରୁ ଜିଲ୍ଲାପାଳ ଡ଼ ଗାଭାଲି ସାମାଜିକ ଗଣମାଧ୍ୟମ, ମେଲ୍ ଓ ପତ୍ର ମାଧ୍ୟମରେ ଆସିଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପୋର୍ଟାଲ,ଜନଶୁଣାଣୀ ପୋର୍ଟାଲ ତଥା ଜିଲ୍ଲାପାଳଙ୍କ ଅଫିସ୍ କୁ ଆସିଥିବା ଆବେଦନ ର ଅଭିଯୋଗ ଓ ସମସ୍ୟା ସଂଯୁକ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀ ଠାରେ ପ୍ରାପ୍ତ ହୋଇଥିବା ଅଭିଯୋଗ ର ସମୀକ୍ଷା କରି ଏହାର ଅଗ୍ରଗତି ଓ ସମାଧାନ ଶୀଘ୍ର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପେନସନ,ରାସନ୍ କାର୍ଡ, ଭତ୍ତା,ପାନୀୟ ଜଳ ଉପରେ ଥିଲା।ଏଥିରେ ଉପଜିଲ୍ଲାପାଳପାୱାର ସଚିନ ପ୍ରକାଶ ବ୍ଲକ ଅଧକ୍ଷ୍ୟା ସବିତା ମେହେର ,ବିଡ଼ିଓ ଦୁଲ।ରାମ ମାରାଣ୍ଡି,ପ୍ରମୁଖ ଉପସ୍ଥିତ ରହି ଥଲେ।

ଜୁନାଗଡ ରୁ ନରେନ୍ଦ୍ର ଖିତି ଙ୍କ ରିପୋର୍ଟ।

Related posts

କନ୍ଦାଗଡ଼ ରାସ୍ତାରେ ପଡ଼ିଥିବା ଗଛକୁ ହଟାଇଲେ ଅଗ୍ନିଶମ କର୍ମଚାରୀ

Sunil Chandra Nayak

ଯୁକ୍ତ ୨ ବିଜ୍ଞାନ ପରିକ୍ଷା ରେ ଛାତ୍ରୀ ମାନଙ୍କ ସଫଳତା

Sunil Chandra Nayak

ଓ୍ଵାଲଟିୟର ଡିଭିଜନାଲ ରେଲଓ୍ବେ ଡିଆରଏମ୍ ଙ୍କ ରାୟଗଡା ଗସ୍ତ

Sunil Chandra Nayak

Leave a Comment

error: Content is protected !!