ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ଭାରତ କୁ ବିଶ୍ୱ ମହାକାଶ ଗବେଷଣା କ୍ଷେତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ମିଳିଛି : ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ସନ୍ତୋଷ କୁମାର କର 

ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ଭାରତ କୁ ବିଶ୍ୱ ମହାକାଶ ଗବେଷଣା କ୍ଷେତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ମିଳିଛି : ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ସନ୍ତୋଷ କୁମାର କର 

ନର୍ଲା /ମସିହା /24/08/25 —  କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ଜୟଦୁର୍ଗା ହାଇସ୍କୁଲ, ନର୍ଲାରୋଡ଼ ଠାରେ ପ୍ରବଳ ଉତ୍ସାହ ଉଦ୍ଦୀପନା ସହ ଜାତୀୟ ମହାକାଶ ଦିବସ ପାଳିତ ହୋଇଯାଇଛି। ଚନ୍ଦ୍ରୟନ- ୩ ର ସଫଳ ଅବତରଣ ଦିବସକୁ ମନେ ପକାଇବାକୁ ପ୍ରତିବର୍ଷ ଅଗଷ୍ଟ ୨୩ ତାରିଖକୁ ଜାତୀୟ ମହାକାଶ ଦିବସ ରୂପେ ପାଳନ କରାଯାଏ । ଏହି ଅବସରରେ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମ ରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭାରତର ମହାକାଶ ଅଭିଯାନ ସମ୍ପର୍କିତ କୁଇଜ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସେହିପରି ଚନ୍ଦ୍ରଯାନ ତଥା ଇସ୍ରୋର ବିଭିନ୍ନ ମିଶନକୁ ଲୋକାଭିମୁଖୀ କରିବା ପାଇଁ ଆଲୋଚନା ମଧ୍ୟ କରାଯାଇଥିଲା। ଇସ୍ରୋର ସଫଳତାକୁ ସ୍ମରଣ କରି ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ଭାରତ କୁ ବିଶ୍ୱ ମହାକାଶ ଗବେଷଣା କ୍ଷେତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ମିଳିଛି ବୋଲି ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ସନ୍ତୋଷ କୁମାର କର ଛାତ୍ରଛାତ୍ରୀ ମାନଙ୍କୁ କହି ଥଲେ। କାର୍ଯ୍ୟକ୍ରମ ରେ ପ୍ରଧାନଶିକ୍ଷକ ବିଶ୍ବମ୍ବର ଭୋଇ ଅଧ୍ୟକ୍ଷତା କରି ଥିବା ବେଳେ ଅନ୍ୟ ଶିକ୍ଷକ କର୍ମଚାରୀ ମାନେ ସହଯୋଗ କରି ଥିଲେ । 

ଦୀପକ ଠାକୁର ଙ୍କ ରିପୋର୍ଟ୍ 

Related posts

ଯୋଡ଼ାମହୁଲ ଗ୍ରାମରେ ୯୫ ତମ ବାର୍ଷିକ ଟୁସୁମେଳା ଧୂମଧାମରେ ଅନୁଷ୍ଠିତ

masiha

ମୋଟର ସାଇକେଲ ଦୁର୍ଘଟଣା, ଯୁବକ ଆହତ 

masiha

ଚଳିତ ମାସ 13ତାରିଖରେ ରାୟଗଡl ଜିଲ୍ଲାରେ ଅନୁଷ୍ଠିତ ହେବ ରାଷ୍ଟ୍ରୀୟ ଲୋକ ଅଦାଲତ

Leave a Comment

error: Content is protected !!