ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ରାୟଗଡ ତା: ୦୧.୦୮.୨୦୨୫ରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ , ଖଣ୍ଡିୟ ବନ ଅଧିକାରୀ, ଶ୍ରୀ ସଚିନ ଅହ୍ନା ସାହେବ ଓହଲେ, ,ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଅତିରିକ୍ତ ଆରକ୍ଷୀ ଅଧିକାରୀ,ଉପ ଜିଲ୍ଲାପାଳ, ରାୟଗଡ,ଶ୍ରୀ ରମେଶ କୁମାର ଜେନା,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ ଆଇଟିଡ଼ିଏ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

         ଆଜି ମୋଟ ୭୭ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୬୯    ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୮ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୬ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା ସେମାନଙ୍କୁ ଜିଲ୍ଲାପାଳ ୭୦ହଜାର ଟଙ୍କା ଜିଲ୍ଲା ରେଡକ୍ରସ ଫଣ୍ଡରୁ ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ହିଲାସ୍ଥରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦାନ କରିଥିଲେ l 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ହେଉଥିବା ଏହି କାମ ନିମ୍ନ ମାନର ଅଭିଯୋଗ ଭିଜିଲାନ୍ସ ତଦନ୍ତ ଦାବିରେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ନିକଟରେ ଗଣଧାରଣା

masiha

ବିଜେପୁର, ସିକେରକୁପା ସେକ୍ସନ ପାଲଟିଛି ଦୁର୍ନୀତିର ଗନ୍ତାଘର  ଜୟପାଟଣାରେ ପରେ ଲାଞ୍ଜିଗଡ ବ୍ଲକରେ ବଢିଲା ଇଡି ରେଡ ଆଶଙ୍କା 

masiha

ପିଇଓ ସଂଘ ତରଫରୁ ଦାବି ପତ୍ର ପ୍ରଦାନ

Sunil Chandra Nayak

Leave a Comment

error: Content is protected !!