ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଜ୍ୟସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ସମ୍ମାନିତ ହେଲେ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ 

ରାଜ୍ୟସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ସମ୍ମାନିତ ହେଲେ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ 

ରୁପ୍ରା, ୫/୯ (ଅଜୟ ସେନାପତି ) : ଭୁବନେଶ୍ୱର ସ୍ଥିତ କନଭେନସନ ସେଣ୍ଟର, ଲୋକସେବା ଭବନରେ ଶୁକ୍ରବାର ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର କାର୍ଯ୍ୟକ୍ରମରେ ଶିକ୍ଷା ପ୍ରଦାନ ତଥା ଅନ୍ୟାନ୍ୟ କ୍ଷେତ୍ରରେ ଶ୍ରେଷ୍ଠତା ଅର୍ଜନ କରିଥିବା ରାଜ୍ୟର ୭୦ ଜଣ ଶିକ୍ଷକଙ୍କ ସମେତ ତିନୋଟି ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ, ତିନି ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ୧୦ ଜଣ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରସ୍କୃତ କରିଛନ୍ତି। ଏହି ଅବସରରେ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ ଲଗାତାର ଭାବରେ ଦୁଇବର୍ଷ ହେଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ପୁରସ୍କୃତ ହୋଇ ଆସୁଛନ୍ତି। ଫଳରେ ନର୍ଲା ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ବିଇଓ ଶ୍ରୀ ଜାନୀଙ୍କୁ ଶୁଭେଚ୍ଛାର ସୁଅ ଆସିବାରେ ଲାଗିଛି। 

 ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଆୟୋଜିତ ଏହି ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମହାନ ରାଷ୍ଟ୍ରନୀତିଜ୍ଞ, ଆଦର୍ଶ ଶିକ୍ଷକ ତଥା ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଡଃ ରାଧାକ୍ରଷ୍ଣନ ପ୍ରତ୍ୟେକ ବିଦ୍ୟାର୍ଥୀ ତଥା ପ୍ରତ୍ୟେକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ହେଉଛନ୍ତି ଆଦର୍ଶ। ସେ କେବଳ ଜଣେ ବିଶିଷ୍ଟ ଶିକ୍ଷାବିତ, ଦାର୍ଶନିକ କିମ୍ବା ରାଷ୍ଟ୍ରନୀତିଜ୍ଞ ନଥିଲେ, ସେ ଥିଲେ ଭାରତବର୍ଷର ଜଣେ ଶ୍ରେଷ୍ଠ ଗୁରୁ।

ସେହିପରି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦେଇ କହିଥିଲେ ଆମ ସମାଜରେ ଗୁରୁ ଶିଷ୍ୟର ପରମ୍ପରା ଆଦିମ କାଳରୁ ରହିଆସିଛି। ଶିକ୍ଷକ ମାନେ ବିଦ୍ୟାର୍ଥୀ ମାନଙ୍କୁ ବ୍ୟକ୍ତିତ୍ଵ ନିର୍ମାଣ, ଶୃଙ୍ଖଳା, ଆଦର୍ଶ ସମାଜ ନିର୍ମାଣ ଆଦି ବିଷୟରେ ଶିକ୍ଷା ଦେଇ ସେମାନଙ୍କୁ ଗଢ଼ି ତୋଳିଥାନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Related posts

ମୁଣ୍ଡରା ଗୁଡା ଠାରେ ବନମହୋତ୍ସବ ଅନୁଷ୍ଠିତ 

masiha

ଗୋତୋମୁଣ୍ଡା ଗ୍ରାମ ପଞ୍ଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

ରେଙ୍ଗାଳପାଲି ପଞ୍ଚାୟତ ର ନୂତନ ଧାନ ମଣ୍ଡି ଝରିଆଗୁଡା ଠାରେ ଉଦଘାଟନ କଲେ ଧର୍ମଗଡ ଉପ ଜିଲ୍ଲାପାଳ 

masiha

Leave a Comment

error: Content is protected !!