ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆସନ୍ତା ସେପ୍ଟେମ୍ବର ୩୦ରେ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଜିଲ୍ଲା ପ୍ରଶାସନ ର ପ୍ରସ୍ତୁତି ବୈଠକ….

ଆସନ୍ତା ସେପ୍ଟେମ୍ବର ୩୦ରେ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

ଜିଲ୍ଲା ପ୍ରଶାସନ ର ପ୍ରସ୍ତୁତି ବୈଠକ….

ଆସନ୍ତା ସେପ୍ଟେମ୍ବର ୩୦ ତାରିଖରେ ରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ଅନୁଷ୍ଠିତ ହେବ। ଏହି ଉତ୍ସବ ପାଳନ ପାଇଁ ଆଜି ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ କଳାହାଣ୍ଡି ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

 ମା’ଙ୍କ ଛତର ଯାତ୍ରା କିପରି ଶାନ୍ତିଶୃଙ୍ଖଳା ସହ ପାଳନ କରାଯିବ ସେ ଦିଗରେ ଜିଲ୍ଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସେପ୍ଟେମ୍ବର ୩୦ ମହାନବମୀ ପ୍ରାତଃ ୪ଟାରେ ଜେନାଖାଲ ଠାରେ ରୀତିନୀତି ପୂଜାର୍ଚ୍ଚନା ପରେ ମା’ଙ୍କ ଛତରଯାତ୍ରା ଘଣ୍ଟ ବାଦ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଶ୍ରଦ୍ଧାଳୁଙ୍କ ଗହଣରେ ଏକ ଭବ୍ୟ ଶୋଭାଯାତ୍ରା ରାଜପ୍ରାସାଦସ୍ଥିତ ମା’ ମାଣିକେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଭବାନୀପାଟଣା ସହରର ସମସ୍ତ ରାସ୍ତାଘାଟ, ନାଳନର୍ଦ୍ଦମା ସଫାସୁତୁରା ସହ ରାସ୍ତା ପାର୍ଶ୍ୱରେ ଲାଗିଥିବା ସମସ୍ତ ସିସି କ୍ୟାମେରା ଠିକ୍‌ କରିବା ପାଇଁ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ଟ୍ରାଫିକ ବ୍ୟବସ୍ଥା, ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଆବଶ୍ୟକ ପୋଲିସ ମୁତୟନ, ପାନୀୟ ଜଳ ସୁବ୍ୟବସ୍ଥା, ଫାଷ୍ଟଏଡ ଆମ୍ବୁଲାନ୍ସ ସେବା, ବିଦ୍ୟୁତ ସରବରାହ, ସୂଚନା କେନ୍ଦ୍ର, ପୋଲିସ କଣ୍ଟ୍ରୋଲ ରୁମ ଖୋଲିବା, ମଦ ଦୋକାନ ବନ୍ଦ ରଖିବା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯାଇଥିଲା। କଡନ ସୁପରିଚାଳନା, ସାଂସ୍କୃତିକ କାର୍ଯ୍ୟକ୍ରମ ଆରକ୍ଷୀ ଅଧୀକ୍ଷକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କରାଯିବା ପାଇଁ ସ୍ଥିର କରାଯାଇଥିଲା। ସେହିପରି ଅକ୍ଟୋବର ୨ ତାରିଖ ବିଜୟା ଦଶମୀ ଉପଲକ୍ଷେ ଲାଖବିନ୍ଧା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ଉକ୍ତ ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୱାନ(ସାଧାରଣ),ଅତିରିକ୍ତ ଜିଲ୍ଲାପାଳ ବଇତୁରା ଦୀପ (ରାଜସ୍ଵ), ଧର୍ମଗଡ ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ, ଭବାନୀପାଟଣା ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡା, ଭାତରୀୟ ପ୍ରଶାସନିକ ସେବା (ପ୍ରୋବେସନ) ଅନିମେଷ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁଶାନ୍ତ କୁମାର ସିଂ, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାଏକ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ପୌରପାଳିକା ଅଧ୍ୟକ୍ଷ ବିଷ୍ଣୁ ପ୍ରଧାନ, ସଦର ବିଧାୟକ ଙ୍କ ପ୍ରତିନିଧି ଧନୁର୍ଯ୍ୟ ଗହିର, ସହକାରୀ ଜିଲ୍ଲାପାଳ ସୁଶାନ୍ତ କୁମାର ନାଏକ, ଏସ.ଡି.ପି.ଓ. ନରେଶ ପ୍ରଧାନ, ସଦର ଆଇ.ଆଇ.ସି. ପ୍ରଦ୍ୟୁମ୍ନ କୁମାର ମହାପାତ୍ର ଙ୍କ ସମେତ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ,ଛତର ଯାତ୍ରା ପାଳନ କମିଟିର ସମସ୍ତ ସଦସ୍ୟ, ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ । ଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଆସିକା ଥାନା ଏସ ଆଇ ଜ୍ଞାନରଞ୍ଜନ ସେଠିଙ୍କ ପଦୋନ୍ନତି

Sunil Chandra Nayak

ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦଯାପିତ

Sunil Chandra Nayak

ରାଇରଙ୍ଗପୁରସ୍ଥ ରାଷ୍ଟ୍ରପତିଙ୍କ ୨ ନମ୍ବର ଓ୍ବାର୍ଡରେ ପାନୀୟ ଜଳ ସମସ୍ୟା ନେଇ ଗ୍ରାମବାସୀଙ୍କ ଜାତୀୟ ରାଜପଥ ରାସ୍ତାଜାମ୍

Sunil Chandra Nayak

Leave a Comment

error: Content is protected !!