ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଦି କର୍ମ ଯୋଗୀ ଅଭିଯାନ କାର୍ଯ୍ୟକ୍ରମ 

ଆଦି କର୍ମ ଯୋଗୀ ଅଭିଯାନ କାର୍ଯ୍ୟକ୍ରମ 

ଡାବୁଗାଁ,୯/୯ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ଆଦି କର୍ମ ଯୋଗୀ ଅଭିଯାନ କାର୍ଯ୍ୟକ୍ରମ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ କିପରି ଆଦି ସହଯୋଗୀ ଓ ଆଦି ସାଥି କିପରି ଚୟନ କରାଯିବ ସେନେଇ ଆଲୋଚନା ହୋଇଥିଲା | ଏହି ଆଦି ସହଯୋଗୀ ଓ ଆଦି ସାଥି ଚୟନ କରାଯିବା ପରେ ଉନ୍ନତି ମୂଳକ କାର୍ଯ୍ୟ ନିମନ୍ତେ କାର୍ଯ୍ୟ ଖସଡା ପ୍ରସ୍ତୁତ କରାଯିବା ନେଇ ଆଲୋଚନା କରଯାଇଥିଲା | ଏଥିରେ ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ବିଡିଓ ଶରତ ମାଝି, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ କୃଷି ଅଧିକାରୀ ସୁଦେଷ୍ଣା ଧଳ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ଜନ ସ୍ୱାସ୍ଥ୍ୟ ସଂମ୍ପ୍ରସାରଣ ଅଧିକାରୀ ପୁଷ୍ପାରାଣୀ ସାମଲ, ଯୋଗାଣ ନିରିକ୍ଷକ ସିପ୍ରା ସାମଲ, ଅଙ୍ଗନୱାଡି ସୁପରଭାଇଜର ପ୍ରଣମିତା ପଟ୍ଟନାୟକ, ଓଏଲଏମ ବିପିଏମ ଦୀପ୍ତି କିଶୋର ନାୟକ, ଆକାଂକ୍ଷା ବ୍ଲକ ସହଯୋଗୀ ମୋନାଲ ପରିଡା, ସିପି ପ୍ରବୀଣ ପଟ୍ଟନାୟକ ଓ ସମସ୍ତ ସରପଞ୍ଚ, ସମିତି ସଭ୍ୟା ସଭ୍ୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଏସିଡିଓ ଓ ଗ୍ରାମ ରୋଜଗାର ସେବିକା ସେବକ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଜନସେବା ଦିବସରେ ବୟୋଜ୍ୟେଷ୍ଟ ବ୍ୟକ୍ତି ଓ ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କପାଇଁ ବର୍ଦ୍ଧିତ ଭତ୍ତା ଶୁଭାରମ୍ଭ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ 

masiha

ଆଦିବାସୀ ମାନଙ୍କୁ ରୋଜଗାର ଯୋଗାଉଛି ପାଚିଲା କେନ୍ଦୁ 

masiha

ନବରଙ୍ଗପୁର ଠାରେ ଉଦ୍ୟମୀ ଓଡ଼ିଶା ଏମ ଏସ ଏମ ଇ କାର୍ଯ୍ୟକ୍ରମ ଅନୁଷ୍ଠିତ 

Sunil Chandra Nayak

Leave a Comment

error: Content is protected !!