ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁର ଠାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫

ନବରଙ୍ଗପୁର ଠାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫

ନବରଙ୍ଗପୁର:(୧୩.୯.୨୦୨୫)(ରବି ନାରାୟଣ ମହାନ୍ତି)ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର ଅଧ୍ୟକ୍ଷ ସୁବ୍ରତ ମହାନ୍ତିଙ୍କ ନିର୍ଦ୍ଧେଶ କ୍ରମେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ ଅନୁଷ୍ଟିତ ହୋଇଯାଇଛି। ଜିଲ୍ଲା ଦୌରାଜର୍ଜ ସୁବ୍ରତ ମହାନ୍ତି ୮ (ଗୋଟି) ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ ଦାବି (MACT) ବାବଦକୁ ଫଇସଲା କରି ଟ.୧, ୩୮,୪୯,୬୨୦/- କ୍ଷତିପୁରଣ ଆଦାୟ କରିଛନ୍ତି। ପରିବାର ବିଚାର ବିଭାଗୀୟ ଜର୍ଜ ଲିଲିପ୍ତା ପସାୟତ ୧୬(ଗୋଟି) ପାରିବାରିକ ବିବାଦ କେସ ସମାଧାନ କରିଛନ୍ତି ସେଥିମଧ୍ୟରୁ (୦୨) ଦୁଇ (ଗୋଟି) କେସରେ ଦୀର୍ଘ ଦିନ ବିବାଦର ଅନ୍ତ ଘଟାଇ ଦମ୍ପନ୍ତୀଙ୍କ ମଧ୍ୟରେ ଆପୋଷ ମିଳାମିଶା କରାଇଛନ୍ତି । ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡ।ଧିକାରୀ ଶ୍ରୀମତୀ ସୀମା ତ୍ରିପାଠୀ ୪ ଗୋଟି ଏନ ଆଇ ଆକ୍ଟ କେସ ସମାଧାନ କରିଛନ୍ତି । ବରିଷ୍ଟ ଦେବାନୀ ଜର୍ଜ ମୋନିତା ତ୍ରିପାଠୀ ୦୩ଟି ବ୍ୟ।ଙ୍କ ଋଣଦେୟ ସମ୍ବଦ୍ଧିୟ ବିବାଦର ଫଇସଲା କରି ଟ.୨,୪୦,୦୦୦ ଟଙ୍କା ଆଦାୟ କରିଛନ୍ତି । ଭାର ପ୍ରାପ୍ତ ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଅଙ୍କିତା ପାଣିଗ୍ରାହୀ ୬୬୯ ଟି ଫୌଜଦାରୀ ମକଦ୍ଦମା ସମାଧାନ କରିଛନ୍ତି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ସର୍ବମୋଟ ୭୦୨ ଗୋଟି କୋର୍ଟ କେସ ଓ ୧୬,୪୦୧ ଗୋଟି ରାଜସ୍ୱ କେସର ଫଇସଲା କରାଯାଇ ଟ.୬,୧୨,୪୩୦ ରାଜସ୍ୱ ଆଦାୟ କରାଯାଇଛି। ସେହିପରି ବ୍ୟାଙ୍କର ୨୨ ଟି ପ୍ରାକ ମକଦ୍ଦମା ମଧ୍ୟ ଫଇସଲା କରାଯାଇ ଟ.୫,୭୯,୭୮୪ /- ରୁଣ ଆଦାୟ କରାଯାଇଛି । ଟିପିଏସଓଡ଼ିଏଲ ୧୮୭ଟି ପ୍ରାକ ମକଦ୍ଦମା ମଧ୍ୟ ଫଇସଲା କରାଯାଇ ଟ.୧୫,୮୬,୬୫୧ /- ବିଦ୍ୟୁତ ଦେୟ ବାବଦକୁ ଆଦାୟ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଅନ୍ୟାନ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲା ଜର୍ଜ ବିଷ୍ଣୁ ପ୍ରସାଦ ମିଶ୍ର, ଯୋଗ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭିସ୍ପା ଗୋଛାୟତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ପରିଚାଳନା କରିଥିବା ବେଳେ କୋର୍ଟର ଆଇନଜୀବୀ ଓ କର୍ମଚାରୀ ସହଯୋଗ କରିଥିଲେ। 

Related posts

ରାଜ୍ୟ ସ୍ତରୀୟ ଫୋଟ ପ୍ରଦର୍ଶନୀରେ ବାଲିଗୁଡ଼ାର ଷ୍ଟୁଡିଓ ବୁଲୁ ସମ୍ମାନିତ

masiha

ପୂର୍ବତନ ବ୍ଳକ ଅଧ୍ୟକ୍ଷ ଙ୍କ ପରଲୋକ

Sunil Chandra Nayak

କଳାହାଣ୍ଡି କଳଚୁରୀ କଳାର ସେନା ରଯୁବ ସମ୍ମୀଳନୀ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!