ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ବିଷ ପଈ ମହିଳାଙ୍କ ଆତ୍ମହତ୍ୟା 

ବିଷ ପଈ ମହିଳାଙ୍କ ଆତ୍ମହତ୍ୟା 

      ଡାବୁଗାଁ,୧୮/୯ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଚଚରାଗୁଡା ଗ୍ରାମରେ ବିଷ ପିଇ ଜଣେ ମହିଳା ଆତ୍ମହତ୍ୟା କରିଥିବା ନେଇ ଗୁରୁବାର ଡାବୁଗାଁ ଥାନା ରେ ଅଭିଯୋଗ ହୋଇଛି l ସୂଚନାଯୋଗ୍ୟ :- ଡାବୁଗାଁ ବ୍ଲକ ଅଧୀନ ଚଚରାଗୁଡା ଗ୍ରାମର ସୁକଲବତୀ ନାୟକ (୫୫) ବୁଧବାର ସନ୍ଧ୍ୟା ସମୟରେ ଆତ୍ମହତ୍ୟା ଉଦ୍ଦେଶ୍ୟରେ ବିଷ ପିଇ ଦେଇଥିଲେ l କିଛି ସମୟ ପରେ ଝାଡାବାନ୍ତି ହୋଇ ଅସୁସ୍ଥ ହୋଇ ପଡିଥିଲେ l ତାଙ୍କୁ ସଙ୍ଗେ ସଙ୍ଗେ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା l ସେଠାରେ ତାଙ୍କ ର ଅବସ୍ଥା ଗୁରୁତ୍ତର ହେବାରୁ ତାଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଥିଲା l ସେଠାରେ ଚିକିତ୍ସିତ ଅବସ୍ଥା ରେ ଗୁରୁବାର ସକାଳ ୭ ଘ. ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା l ଏନେଇ ମୃତକ ର ପୁଅ ଗଙ୍ଗାଧର ନାୟକ ଆଜି ପୂର୍ବାହ୍ନ ରେ ଡାବୁଗାଁ ଥାନା ରେ ଏତଲା ଦେଇଥିଲେ l ଉକ୍ତ ଏତଲା କୁ ଭିତ୍ତି କରି ଥାନା ଏଏସଆଇ ଶସ୍ମିତା ଦାଶ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ ରେ ପହଞ୍ଚି ଶବ ଜବତ କରି ପଞ୍ଚନାମା କରି ବ୍ୟବଚ୍ଛେଦ ପାଇଁ ପଠାଇ ଥିଲେ l ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗ କୁ ହସ୍ତାନ୍ତର କରାଯାଇଛି l ଏନେଇ ଥାନା କେସ ନଂ ୩୦/୨୫ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି l

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଦାଦନ ଶ୍ରମିକକୁ ବନ୍ଧକ ଘଟଣା.- ସର୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, କେବେ ଗିରଫ କରିବ ପାଟଣାଗଡ଼ ପୁଲିସ , ଘଟଣା ପରେ ଫେରାର ଦାଦନ ସର୍ଦାର 

masiha

ବ୍ୟବସାୟୀ ଙ୍କୁ ଦାଦା ବଟି ମାଗିବା ମହଙ୍ଗା ପଡିଲା ମାନବାଧିକାର କର୍ମୀ ଙ୍କୁ ,ଥାନା ରେ ମାମଲା ରୁଜୁ କଲେ ବରିଷ୍ଠ ନାଗରିକ 

masiha

ଗୋ ଚାଲାଣ ସନ୍ଦେହରେ କଙ୍ଗାରୁ କୋର୍ଟ ମାମଲାରେ ନଅ ଅଟକ,ତଦନ୍ତ ଜାରି 

masiha

Leave a Comment

error: Content is protected !!