ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚନ୍ଦାହାଣ୍ଡି ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଚନ୍ଦାହାଣ୍ଡି ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୧୩.୧୦.୨୦୨୫)(ରବି ନାରାୟଣ ମହାନ୍ତି)ଆଜି ଚନ୍ଦାହାଣ୍ଡି ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ କୁମାର ସେନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୧ଟି ସମସ୍ୟା ର ସମାଧାନ ତତକ୍ଷଣାତ କରାଯାଇଥିଲା ।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ରେ ନୂତନ ହିତାଧିକାରୀ କାର୍ଡ ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ବିଜାତଳା ରାଜସ୍ୱ ନିରୀକ୍ଷକ ବର୍ଷାରେ ଗୃହ ନଷ୍ଟ ହୋଇଥିବା ହିତାଧିକାରୀ ଙ୍କୁ ପଲଥିନ ଵଣ୍ଟନ 

Sunil Chandra Nayak

ନୂତନ ଜିଲ୍ଲା ବିଜେପି ସଭାପତି ଶିବ ମୁଦୁଲି ଲକ୍ଷ୍ମୀପୁର ବ୍ଲକ କର୍ମୀ ଆଲୋଚନା 

masiha

ରାମନଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

masiha

Leave a Comment

error: Content is protected !!