ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଭବାନୀପାଟଣା: ତା. 28.10.2025 କଳାହାଣ୍ଡି ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ତରଫରୁ କଳାହାଣ୍ଡି ଜିଲ୍ଲା ପରିଷଦର ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ପାଳନ କରାଯାଇଥିଲା । ଏହି ଅବସରରେ,ଛାତ୍ରଛାତ୍ରୀ, ଜିଲ୍ଲା ସ୍ତରୀୟ ଅଧିକାରୀ, ସ୍ୱୟଂ ସହାୟକ ଗୋଷ୍ଠୀ, ସ୍ଵେଚ୍ଛାସେବୀଙ୍କୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଦେଇ, ପୁରୁଣା ବୁସଷ୍ଟାଣ୍ଡ, ଘୋଡାଘାଟ ଛକ, ନୂଆବସଷ୍ଟାଣ୍ଡ, ଜିଲ୍ଲା କାରାଗାର ଦେଇ ଜିଲ୍ଲାପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ସଚେତନତା ଶୋଭାଯାତ୍ରା ପରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପରିଷଦ ସମ୍ମିଳନୀ ଗୃହରେ ଏକ ସଚେତନତା ସଭା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ ସମ୍ମାନିତ ଅତିଥି ଭାବେ ଭି.ସି ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ କଳାହାଣ୍ଡି ଡଃ ନିବେଦିତା ନାଥ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ)ତନ୍ମୟ କୁମାର ଦରୱାନ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢି, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଦୁର୍ଯ୍ଯୋଧନ ଭୋଇ, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ,ଉପ ଆରକ୍ଷୀ ଅଧିକ୍ଷକ, ଦୁର୍ନୀତି ନିବାରଣ ବିଭାଗ,ପ୍ରଦୀପ କୁମାର ଆଇ ନ୍ଦ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ବକ୍ତା ଭାବେ ଡକ୍ଟର ଉମେଶ ଚନ୍ଦ୍ର ଶତପଥି ଯୋଗଦେଇ ଦୁର୍ନୀତି ନିବାରଣ ସପ୍ତାହ ପାଳନ ର ତାତ୍ପର୍ଯ୍ୟ ଉପରେ ଉଲ୍ଲେଖ କରି ଦୁର୍ନୀତି ନିବାରଣ ଆମ ସାମୂହିକ ଦାୟିତ୍ଵ ଉପରେ ଆଲୋକପାତ କରିଥିଲେ। ଦେଶର ଆର୍ଥିକ, ରାଜନୈତିକ,ଏବଂ ସାମାଜିକ ପ୍ରଗତି ପଥରେ ଦୁର୍ନୀତି ହିଁ ସବୁଠାରୁ ବଡ ପ୍ରତିବନ୍ଧକ । ସମସ୍ତେ ସଚେତନ ହୋଇ ଏକ ସଶକ୍ତ ଓ ବିକଶିତ ରାଷ୍ଟ୍ର ଗଠନ ଦିଗରେ ସେବା ମନୋଭାବ ନେଇ କାର୍ଯ୍ୟ କରିବା ପାଇଁ ଅତିଥି ମାନେ ଆହ୍ୱାନ ଦେଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ର ସଫଳ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାର ପୁରସ୍କାର ପ୍ରଦାନ କରାଯାଇଥିଲା। ଅତିରିକ୍ତ ଜିଲାପାଳ ଶ୍ରୀ ଦରୱାନ ଏହି ଅବସରରେ ନାଗରିକ ମାନଙ୍କ ପାଇଁ ସାଧୁତାର ସପଥ ପାଠ କରାଇଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିଥିଲେ ଏଥିରେ ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢି ସହଯୋଗ କରିଥିଲେ। ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ମହାନନ୍ଦ ସମସ୍ତଙ୍କୁ ଧାନ୍ୟବାଦ ଅର୍ପଣ କରିଥିଲେ ।

କଳାହାଣ୍ଡି ଜିଲ୍ଲା ପ୍ରତିନିଧି ବିଷ୍ନୁ ଚରଣ ସ୍ଵାଇଁ ଙ୍କ ରିପୋଟିଂ

Related posts

ଓଡିଶା ପୋଲିସ ପ୍ରତିଷ୍ଠା ଦିବସରେ ସର୍ବଶ୍ରେଷ୍ଠ ଓ଼ଆର କନେଷ୍ଟବଲରେ ସମ୍ମାନିତ ହେଲେ ସନ୍ତୋଷ

Sunil Chandra Nayak

ରାଉରକେଲାରେ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ 

masiha

ପୋଖରୀରେ ବୁଡି ଜଣେ ମୃତ…!!!

masiha

Leave a Comment

error: Content is protected !!