ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲାଠିକଟା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଲାଠିକଟା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, ୦୩/୧୧/୨୫: ଲାଠିକଟା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ନୀତିନ ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।

     ଆଜି ମୋଟ ୮୩ ଗୋଟି ଅଭିଯୋଗ ରହିଥିଲା। ସେଥି ମଧ୍ୟରୁ ୨୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୮ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୨ ଗୋଟି ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା। 

    ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ରାଉରକେଲା ବନଖଣ୍ଡ ଅଧିକାରୀ ଶ୍ରୀ ଯସବନ୍ତ ସେଠୀ, ପାନପୋଷ ଉପ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ନାୟକ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ରିଷିଡା: ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ 

masiha

ମାଙ୍କଡ ଦେଉଛି ମାନବିକତାର ଶିକ୍ଷା 

Sunil Chandra Nayak

ବି ଡି ଓ ଙ୍କୁ ଅଵସର କାଳୀନ ସମ୍ବର୍ଦ୍ଧନା 

Leave a Comment

error: Content is protected !!