ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନ ସେବା ଦିବସ, ୨୦୨୫ ପାଳିତ

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନ ସେବା ଦିବସ, ୨୦୨୫ ପାଳିତ 

ନବରଙ୍ଗପୁର:(୦୯/୧୧) ( ମ.ନି.ସ.) ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଆଇନଜୀବି, ଅଙ୍ଗନୱ।ଡି କର୍ମୀ, ମିଶନ ଶକ୍ତିର ମହିଳା, ବରିଷ୍ଟ ନାଗରିକ ଓ ପାରା ଲିଗାଲ ସଦସ୍ୟ ମାନଙ୍କୁ ନେଇ ଜାତୀୟ ଆଇନ ସେବା ଦିବସ, ୨୦୨୫ ପାଳନ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଚଳିତ ବର୍ଷ ଏହି ଦିବସ ପାଳନର ପ୍ରସଙ୍ଗ ହେଉଛି “ସମସ୍ତଙ୍କ ପାଇଁ ନ୍ୟାୟ ଆଇନ ସଚେତନତା ମାଧ୍ୟମରେ ନିଷ୍ପେଷିତ ଶ୍ରେଣୀର ସଶକ୍ତି କରଣ”। ଏହି ଶିବିରରେ ଅତିରିକ୍ତ ଜିଲ୍ଲା ଜର୍ଜ ବିଷ୍ଣୁ ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଓ ଦେଶରେ ଯେକୌଣସି ନାଗରୀକ ଯେକୌଣସି ପୃଷ୍ଟଭୂମିରୁ ଆସିଥାନ୍ତୁ ନା କାହିଁକି, ତାଙ୍କର ପରିଚୟ ଯାହା ହେଉ ନା କାହିଁକି, ପ୍ରତେକଙ୍କୁ ମାଗଣା ଆଇନ ସେବା ସହାୟତା ମିଳିପାରିବ ବୋଲି ସମସ୍ତଙ୍କୁ କହିଥିଲେ ଓ ଏହି ଦିବସର ମହତ୍ଵ ବିଷୟରେ ଓ ବିଭିନ୍ନ ଆଇନ ବିଷୟରେ ସଚେତନ କରିଥିଲେ। ଅନ୍ୟାନ୍ୟ ଅତିଥି ଭାବେ ପରିବାର ବିଚାରବିଭାଗୀୟ ଜର୍ଜ ଲିଲିପ୍ତା ପସାୟତ, ଅତିରିକ୍ତ ଜିଲ୍ଲା ଜର୍ଜ (ପୋକସୋ) ବାସୁଦେବ ଆଚାର୍ଯ୍ୟ, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ସୀମା ତ୍ରିପାଠୀ, ରେଜିଷ୍ଟ୍ରାର ଜିଲ୍ଲାକୋର୍ଟ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ସଚୀବ ଶାଶ୍ଵତୀ ମିଶ୍ର, ବରିଷ୍ଟ ଦେବାନୀ ଜର୍ଜ, ନବରଙ୍ଗପୁର (ମହିଳା କୋର୍ଟ) ସୁଦୀପା ପାତ୍ର, ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ ସୌମ୍ୟ ଶଙ୍କର ମହନ୍ତ ଓ ଜେ.ଏମ.ଏସି ଅନ ପ୍ରୋବେଶନ ଗୌତମ ପଟ୍ଟନାୟକ, ମୁଖ୍ୟ ଆଈନ ଗତ ସହାୟତା ପ୍ରତିରକ୍ଷା ପରାମର୍ଶଦାତା ପ୍ରସନ୍ନ ପଟ୍ଟନାୟକ, ଆଇନ ଜୀବି ନବରଙ୍ଗପୁର କିଶୋରୀ ପଟ୍ଟନାୟକ, ସହାୟକ ଆଈନ ଗତ ସହାୟତା ପ୍ରତିରକ୍ଷା ପରାମର୍ଶଦାତା, ନବରଙ୍ଗପୁର ରାକ୍ଷୀ ଜୈନ ଓ ବହୁ ଆଇନଜୀବି ଯୋଗ ଦେଇଥିଲେ ଓ ରାଷ୍ଟ୍ରୀୟ ଆଇନ ସେବା ଦିବସ, ୨୦୨୫ ବିଷୟରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣର ଭାରପ୍ରାପ୍ତ ସଚିବ ଶ୍ରୀମତୀ ଶାଶ୍ଵତୀ ମିଶ୍ରଙ୍କ ଦ୍ଵାରା ପରିଚାଳନା କରାଯାଇଥିଲା ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଝରିଗାଁ ବିଧାୟକଙ୍କ ଅଚାନକ ବିଦ୍ୟାଳୟ ଗସ୍ତ , ସମସ୍ୟାର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

masiha

Government should take positive steps to make media fearless.

masiha

ନିଆରା ଢଙ୍ଗରେ ବିବାହ ବାର୍ଷିକୀ ପାଳିଲେ ଆଦର୍ଶ ଦମ୍ପତି

Sunil Chandra Nayak

Leave a Comment

error: Content is protected !!