ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଦ୍ମପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ 

ପଦ୍ମପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ 

ପଦ୍ମପୁର/ରାୟଗଡ:- ତା.୧୦-୧୧-୨୦୨୫ରିଖ ଦିନ ପଦ୍ମପୁର ବ୍ଲକ ସଦଭାବନା ସଭାଗୃହ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରଜୋନୀ ଦେବୀ, ରାୟଗଡ ସଦର DSP ରବୀନ୍ଦ୍ର ନାଥ ପାତ୍ର, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ପଦ୍ମପୁର ବ୍ଲକ ଅଧ୍ୟକ୍ଷା ମଣିମାଳା ଶବର ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୩୬ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ଟି ୨୯ ବ୍ୟକ୍ତିଗତ,୦୭ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କ ଅବଗତ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅଭିଯୋଗ ଶିବିରରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମିନତୀ ଦେଓ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ସହକାରୀ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଉପଖଣ୍ଡ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଚନ୍ଦ୍ର ଜେନାଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପଦ୍ମପୁର ତହସିଲଦାର ସୁବଶିଷ ଶତପଥୀ, ପଦ୍ମପୁର ଥାନା ଅଧିକାରୀ ଧରଣୀଧର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଜୁନାଗଡ଼ ବସଷ୍ଟାଣ୍ଡ ନା ମାର୍କେଟ କମ୍ପ୍ଲେକ୍ସ , ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁଁ ରାସ୍ତାରେ ଜମୁଛି ପାଣି

Sunil Chandra Nayak

ଦକ୍ଷିଣ କାଳୀ ମନ୍ଦିର ର ପୁରୋହିତ, ଗୁରୁ ଗୋସେଇଁ ଙ୍କ ସହିତ ଅନ୍ୟ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ଦିର ଟ୍ରଷ୍ଟ ଓ କର୍ମକର୍ତ୍ତା ମାନେ 

Sunil Chandra Nayak

ରାଇରଙ୍ଗପୁର ବହୁ ଚର୍ଚ୍ଚିତ ନାବାଳିକା ଦୁଷ୍କର୍ମ ମାମଲା ନେଇ ରାଜ୍ୟ ବିଜେଡ଼ି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ରାଇରଙ୍ଗପୁର ଗସ୍ତ ; ପିଡିତା ପରିବାରଙ୍କୁ ସାକ୍ଷାତ୍ ଏବଂ ଏସପିଙ୍କ ସହ ଆଲୋଚନା

Sunil Chandra Nayak

Leave a Comment

error: Content is protected !!