ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶ୍ୱନାଥ ଆଜ୍ଞା ଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଉପଲକ୍ଷେ ସ୍ଵେଛାକୃତ ରକ୍ତଦାନ ଶିବିର 

ବିଶ୍ୱନାଥ ଆଜ୍ଞା ଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଉପଲକ୍ଷେ ସ୍ଵେଛାକୃତ ରକ୍ତଦାନ ଶିବିର 

ବାଲିଗୁଡା, ତା, ୧୦/୧୧:(ମନିସ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ବନାଥ ପଟ୍ଟନାୟକ (ଆଜ୍ଞା)ଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ ସମିତି ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ୧୩୬ ବିଏସଏଫ ର କାମାଣ୍ଡେଣ୍ଡ ମାନସ ରଞ୍ଜନ ପଣ୍ଡା ଓ ସମ୍ମାନିତ ଅତିଥି ଭାବେ ଡେପୁଟି କାମାଣ୍ଡେଣ୍ଡ କମଳ ଲୋଚନ ଦାସ ଯୋଗ ଦେଇ ବିଶ୍ଵନାଥ ଆଜ୍ଞା ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ଧୂପ ପ୍ରଜ୍ଜଳନ କରି ଶିବିର ଟିକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ସମିତି ର ସହ ସମ୍ପାଦକ ରବିନ୍ଦ୍ର କୁମାର ପଣ୍ଡା ପରିଚାଳନା କରିଥିବା ବେଳେ ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା ଉପସ୍ଥିତ ରହି ଉତ୍ସାହ ପ୍ରଦାନ କରିଥିଲେ l ଏହି ରକ୍ତଦାନ ଶିବିର ରେ ସମିତି ର ବିଭିନ୍ନ ଶାଖାର କର୍ମୀ ଓ ୧୬ ଜଣ ବିଏସଏଫ ମାନେ ଯୋଗ ଦେଇ ମୋଟ ୪୧ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା l ଏଥିରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ର ଡ଼ଃ. ଏସ. ରାମ ପାତ୍ର ଓ ତାଙ୍କ ସହଯୋଗୀ ଙ୍କ ନେତୃତ୍ୱ ରେ ସମିତି ର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ସରିଲା କାମାକ୍ଷାନଗର ମହୋତ୍ସବ 

Sunil Chandra Nayak

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁରଙ୍କ ଚନ୍ଦ୍ରପୁର ତହସିଲ ପରିଦର୍ଶନ ଓ ରାଜସ୍ୱ କାର୍ଯ୍ୟକ୍ରମ ସମୀକ୍ଷା 

Sunil Chandra Nayak

ଦୁର୍ଗମ କଟୋଡ଼ି ଗାଁରେ ପୁଲିସ ଜନସମ୍ପର୍କ ଶିବିର

masiha

Leave a Comment

error: Content is protected !!