ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲେଫ୍ରିପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଲେଫ୍ରିପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼ , ୧୦/୧୧/୨୫ : ଲେଫ୍ରିପଡା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

    ଆଜି ମୋଟ ୯୯ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୩୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୮ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୦ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୯ ଗୋଟି ଆବେଦନ ରହିଥିଲା। 

  ଆଜିର ଏହି ଅଭିଯୋଗ ଶୁଣାଣି ରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ଗୋଷ୍ଠି ଉନ୍ନୟନ ଅଧିକାରୀ , ତହସିଲଦାର ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଜୁନାଗଡ଼ ସମ୍ବାଦ ସାହିତ୍ୟ ଘରର ପ୍ରସ୍ତୁତି ବୈଠକ

masiha

Agriculturist Debi Prasad Pati nominated the member of IMC of ICAR-CIFA

Sunil Chandra Nayak

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

masiha

Leave a Comment

error: Content is protected !!