ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲେଫ୍ରିପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଲେଫ୍ରିପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼ , ୧୦/୧୧/୨୫ : ଲେଫ୍ରିପଡା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

    ଆଜି ମୋଟ ୯୯ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୩୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୮ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୦ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୯ ଗୋଟି ଆବେଦନ ରହିଥିଲା। 

  ଆଜିର ଏହି ଅଭିଯୋଗ ଶୁଣାଣି ରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ଗୋଷ୍ଠି ଉନ୍ନୟନ ଅଧିକାରୀ , ତହସିଲଦାର ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ରାସ୍ତା କଡ଼କୁ ଓଲଟିଲା କୋଇଲା ବୋଝେଇ ଟ୍ରକ, ଟ୍ରକ ସହ ଜଳିଗଲେ ଡ୍ରାଇଭର

Sunil Chandra Nayak

ଢେଙ୍କାନାଳ ସଦର ବ୍ଲକ୍ ର ପୋଲିସ୍ ଲାଇନ୍ କ୍ଲଷ୍ଟର୍ ସ୍ତରୀୟ ବର୍ଣ୍ଣାଢ଼୍ୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ -୨୦୨୬ ଅନୁଷ୍ଠିତ 

Sunil Chandra Nayak

ହର ମୋହନ ଦାସ ଙ୍କ ୯୫ ତମ ଜନ୍ମ ଜୟନ୍ତୀ ପାଳିତ

Sunil Chandra Nayak

Leave a Comment

error: Content is protected !!