ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନନ୍ଦାହାଣ୍ଡି ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନନ୍ଦାହାଣ୍ଡି ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୧୦.୧୧.୨୦୨୫)(ମ.ନି. ସ) ଆଜି ନନ୍ଦାହାଣ୍ଡି ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର ,ଜିଲ୍ଲାପରିଷଦ ସଭ୍ୟ ( ଜୋନ -୧) ଦିବ୍ୟାଦନ ସୁନା, ବି ଡି ଓ ନନ୍ଦାହାଣ୍ଡି କ୍ଷୀରୋଦ ଚନ୍ଦ୍ର ସାହୁ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ସନ୍ତୋଷ ସିଂଦେଓଙ୍କୁ ଦେବଗିରି ସାମ୍ବାଦିକତା ସମ୍ମାନ

masiha

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ ବହଳଦାରେ ବିଭିନ୍ନ ସ୍ଥାନରେ ରକ୍ଷା ବନ୍ଧନ

Sunil Chandra Nayak

ଗୋଷ୍ଠୀ ସଂଚାଳନ ଦିବସ ପାଳିତ

masiha

Leave a Comment

error: Content is protected !!