ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭଗବାନ ବିର୍ସା ମୁଣ୍ଡା ଙ୍କ ଜନ୍ମ ବାର୍ଷିକ ଉପଲକ୍ଷେ ଜିଲା ସ୍ତରୀୟ ଜନଜାତୀୟ ଗୌରବ ଦିବସ ପାଳନ ସହ ଡାବୁଗାଁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଉଦଘାଟିତ

ଭଗବାନ ବିର୍ସା ମୁଣ୍ଡା ଙ୍କ ଜନ୍ମ ବାର୍ଷିକ ଉପଲକ୍ଷେ ଜିଲା ସ୍ତରୀୟ ଜନଜାତୀୟ ଗୌରବ ଦିବସ ପାଳନ ସହ ଡାବୁଗାଁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଉଦଘାଟିତ

ଡାବୁଗାଁ, ୧୫/୧୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧିନ ଘୋଡାଖୁଣ୍ଟା ପଞ୍ଚାୟତ ଅଧୀନ କୁରୁପା ଠାରେ ନବ ନିର୍ମିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିସର ରେ ଭଗବାନ ବିର୍ସା ମୁଣ୍ଡା ଙ୍କ ୧୫୦ ତମ ଜନ୍ମ ବାର୍ଷିକ ଉପଲକ୍ଷେ ଜିଲା ସ୍ତରୀୟ ଜନଜାତୀୟ ଗୌରବ ଦିବସ ଶନିବାର ପାଳିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ଯୋଗ ଦେଇ ପ୍ରଥମେ ଭଗବାନ ବିର୍ସା ମୁଣ୍ଡା ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା | ପରେ ଡାବୁଗାଁ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ କରଯାଇଥିଲା | ନବରଙ୍ଗପୁର ଜିଲାପାଳ ଡଃ ମହେଶ୍ୱର ସ୍ୱାଇଁ ଙ୍କ ସଭାପତିତ୍ଵରେ ସମ୍ମାନୀତ ଅତିଥି ଭାବେ ରାଜ୍ୟସଭା ସାଂସଦ ମୁଜିବୁଲ୍ଲା ଖାନ୍, ନବରଙ୍ଗପୁର ଜିଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଡାବୁଗାଁ ବ୍ଲକ ଅଧକ୍ଷା ବୀଣା ମାଝୀ , ଡାବୁଗାଁ ଜୋନ- ୧ ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲାପାଳ ପ୍ରକାଶ କୁମାର ମିଶ୍ର, ଘୋଡାଖୁଣ୍ଟା ପଞ୍ଚାୟତ ସମିତି ସଭ୍ୟ ପରଶୁରାମ ଶବର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷ କୁମାର ପଣ୍ଡା, ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାଜୀବ କୁମାର ସାହୁ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଜିଲା ମତ୍ସ୍ୟ ଅଧିକାରୀ ବିଷ୍ଣୁ ଚରଣ କିଶାନ, ଜିଲା ମୁଖ୍ୟ କୃଷି ଅଧିକାରୀ ସୁଧୀର ରଞ୍ଜନ ବେହେରା, ଜିଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଜିଲା ସମାଜ କଲ୍ୟାଣ ଅଧିକାରୀ ଦ୍ରୌପତି କହଁର, ଡିଆଇପିଆରଓ ମନୋଜ କୁମାର ବେହେରା, ଡାବୁଗାଁ ତହସିଲଦାର ଗୀତା ମୁର୍ମୁ, ବିଡିଓ ଶରତ ମାଝି ପ୍ରମୁଖ ମଞ୍ଚାସୀନ ଥିଲେ | ଏଥିରେ ଅତିଥି ମାନେ ଭଗବାନ ବିର୍ସା ମୁଣ୍ଡା ଙ୍କ ଜନ୍ମ ବାର୍ଷିକ କୁ ଆଦିବାସୀ ଙ୍କ ଗୌରବ ଦିବସ ରୂପେ ପାଳନ କରାଯିବା ନେଇ ଆଲୋଚନା କରିବା ସହ ଆଦିବାସୀ ପିଲା ମାନଙ୍କ ର ଶିକ୍ଷା ର ବିକାଶ ଉପରେ ଆଲୋକପାତ କରିଥିଲେ | ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାରେ କୃତକାର୍ଯ୍ୟ ଛାତ୍ରୀଛାତ୍ର ମାନଙ୍କୁ ପୁରସ୍କୃତ କରାଯାଇଥିଲା | ଏହା ସହ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା | ଏଥିରେ ମୋଟ ୩୭ ୟୁନିଟ ରକ୍ତ ସଂଗ୍ରହ କରଯାଇଥିଲା | ଅପରାହ୍ନରେ ଭିଡିଓ କନଫରେନସି ଦ୍ଵାରା ଭରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡାବୁଗାଁ ରେ ନବନିର୍ମିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦଘାଟନ କରିଥିଲେ | ଶେଷରେ ଛାତ୍ରୀଛାତ୍ର ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରଯାଇଥିଲା | ଏଥିରେ ଜିଲା ଓ ବ୍ଲକର ଭିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ବିକଳ୍ପ ଅନୁଷ୍ଠାନ ତରଫରୁ ବୃକ୍ଷରୋପଣ ,ବାଲ୍ୟ ବିବାହ, ଗୁଣିଗାରେଡ଼ି ବିରୋଧରେ ଏବଂ ନାରୀ ସୁରକ୍ଷା ବିଷୟରେ ସଚେତନତା ଶିବିର

Sunil Chandra Nayak

ଧର୍ମଗଡରେ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ

Sunil Chandra Nayak

ରାୟଗଡା ଜିଲ୍ଳା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା (ଦିଶା) କମିଟି ବୈଠକ

masiha

Leave a Comment

error: Content is protected !!