ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇଘରଠାରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ରାଇଘରଠାରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୧୭.୧୧.୨୦୨୫)(ମ.ନି. ସ) ଆଜି ରାଇଘର ପଂଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର , ବ୍ଲକ ଅଧ୍ୟକ୍ଷ ଗୁପ୍ତ ପ୍ରସାଦ ଝାଙ୍କର,ଏସ ଡି ପି ଓ ଉମରକୋଟ ଶୁଭେନ୍ଦୁ ଶବର, ବି ଡି ଓ ,ରାଇଘର ରିତୁ ସିଂ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୫ ଟି ଅଭିଯୋଗର ସମାଧାନ ତତକ୍ଷଣାତ କରାଯାଇଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟଙ୍ଗ ମାନଙ୍କୁ ୮ ଟି ହୁଇଲ ଚେୟାର ଏବଂ ୩ ଟି ଟ୍ରାଇସାଇକଲ ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଚଚରାଗୁଡାରେ ମା ଠାକୁରାଣୀଙ୍କ ଘଣ୍ଟ ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ

Sunil Chandra Nayak

World Water Day observed by the Institute of Engineers(India) Rourkela local centre

Sunil Chandra Nayak

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ଗୋ-ଗ୍ରୀନ କ୍ଲବ୍‌ ପକ୍ଷରୁ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ 

masiha

Leave a Comment

error: Content is protected !!