ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇଘରଠାରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ରାଇଘରଠାରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୧୭.୧୧.୨୦୨୫)(ମ.ନି. ସ) ଆଜି ରାଇଘର ପଂଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର , ବ୍ଲକ ଅଧ୍ୟକ୍ଷ ଗୁପ୍ତ ପ୍ରସାଦ ଝାଙ୍କର,ଏସ ଡି ପି ଓ ଉମରକୋଟ ଶୁଭେନ୍ଦୁ ଶବର, ବି ଡି ଓ ,ରାଇଘର ରିତୁ ସିଂ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୫ ଟି ଅଭିଯୋଗର ସମାଧାନ ତତକ୍ଷଣାତ କରାଯାଇଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟଙ୍ଗ ମାନଙ୍କୁ ୮ ଟି ହୁଇଲ ଚେୟାର ଏବଂ ୩ ଟି ଟ୍ରାଇସାଇକଲ ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଶଶୀ ପ୍ରଧାନୀ: ପ୍ରଧାନ ମନ୍ତ୍ରୀ ଆବାସ ଗୃହ ମିଳିବ ମିଳିବ ବୋଲି ବର୍ଷ ବର୍ଷ ବିତିଲା ଏପଟେ ବର୍ଷା ବି ସାଜିଲା ବୈରି

Sunil Chandra Nayak

ବୋରଭଟା ଗ୍ରାମବାସୀ କେବେ ପାଇବେ ‘ବସୁଧା’ଯୋଜନା ର ପାଣି 

Sunil Chandra Nayak

ଜନଜାତି ସୁରକ୍ଷା ମଞ୍ଚ ତରଫରୁ ନୁତନ ମହିଳା ଥାନା ଅଧିକାରୀ ଙ୍କୁ କଲେ ସ୍ଵାଗତ ସମ୍ବର୍ଦ୍ଧନା 

Leave a Comment

error: Content is protected !!