ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସ୍ତରୀୟ ଅନ୍ତଃ ବିଦ୍ୟାଳୟ ଚିତ୍ରାଙ୍କନ ପ୍ରତିଯୋଗିତା କାର୍ଯ୍ୟକ୍ରମ

ଜିଲ୍ଲା ସ୍ତରୀୟ ଅନ୍ତଃ ବିଦ୍ୟାଳୟ ଚିତ୍ରାଙ୍କନ ପ୍ରତିଯୋଗିତା କାର୍ଯ୍ୟକ୍ରମ

ଅଦ୍ୟ ତା-୨୩.୧୧.୨୦୨୫ ରିଖ ରବିବାର ଦିନ ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ଦ୍ୱାରା ସ୍ଥାନୀୟ ଜିଲ୍ଲା ଅଦାଲତ ପରିସରରେ ସକାଳ ପ୍ରାତଃ ୯.୦୦ ଘଟିକା ଠାରୁ ଜିଲ୍ଲା ସ୍ତରୀୟ ଅନ୍ତଃ ବିଦ୍ୟାଳୟ ଚିତ୍ରାଙ୍କନ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଏହି ଚିତ୍ରାଙ୍କନ ପ୍ରତିଯୋଗିତା ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର ଅଦାଲତ ପରିସରରେ ମଧ୍ୟ ଅନୁଷ୍ଠିତ ହୋଇଥିଲା l ଏଥିରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଚିତ୍ରାଙ୍କନ ପ୍ରତିଯୋଗିତା କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ l ଅନ୍ୟ ପ୍ରମୁଖ ଅତିଥିମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ତଥା ପୋକ୍ସ ଅଦାଲତ ର ବିଚାରପତି ଶ୍ରୀମତି ସ୍ୱେତା ମିଶ୍ର, ମହିଳା କୋଟର ବିଚାରପତି ସସ୍ମିତା ମିଶ୍ର, ରେଜିଷ୍ଟ୍ରାର ଶ୍ରୀ ରାଣା ଘୋସ, ସବ୍ ଜଜ୍ ଶ୍ରୀ ଆଶିସ୍ ପଟ୍ଟନାଏକ, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ଗ୍ରାମ ନ୍ୟାୟଧିକାରୀ ଏସ୍.ଆର ତୋସାଲି ଏବଂ ରାୟଗଡା ବାର ଆସୋସିଏସନର ଆଇନଜୀବି ଶ୍ରୀ ଦେବରାଜ ନାଏକ ଓ ଅନ୍ୟ ଆଇନ ଜୀବି ପ୍ରମୁଖ ଯୋଗଦେଇଥିଲେ l ଜିଲ୍ଲାର ସମସ୍ତ (ସରକାରୀ ଓ ବେସରକାରୀ) ସ୍କୁଲ ର ଛାତ୍ର ଛାତ୍ରୀ ଏହି ଚିତ୍ରାଙ୍କନ ପ୍ରତିଯୋଗିତା ରେ ଅଂଶଗ୍ରହଣ କରିଥିଲେ l 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ବାମନଘାଟୀ ସାଂସ୍କୃତିକ ପରିଷଦର  ବାର୍ଷିକ ଉତ୍ସବ ଓ ବିଶ୍ଵ ପଖାଳ ଦିବସ ନେଇ ପ୍ରସ୍ତୁତି ବୈଠକ 

masiha

ତେନ୍ତୁଳି ଖୁଟି ରାସ୍ତା,,ଭାରି ହିନସ୍ଥା,,,ଲୋକେ ଗୁହାରି କରିବେ କାହାକୁ !

masiha

ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!