ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସିନାପାଲି ବ୍ଲକ୍ ରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସିନାପାଲି ବ୍ଲକ୍ ରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡ଼ା,  ସୋମବାର ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। 

ଏଥିରେ ଅତିରିକ୍ତ ଜିଲ୍ଲା ମୁଖ୍ଯ ଉନ୍ନୟନ ଅଧିକାରୀ କ୍ଷମାନିଧି ଭୋଇ , ଉପଜିଲ୍ଲାପାଳ ସୁର୍ମି ସୋରେନ୍ , ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଧନେଶ୍ୱର ସେଠୀ ,ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ଉପାଧ୍ୟକ୍ଷା ମୀନା ଘିବେଲା,ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଳୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ଡେପୁଟୀ କଲେକ୍ଟର ଚିନ୍ମୟ ସାଗର, ଶେଖ୍ ନସୀମ, ହେମନ୍ତ ପୁଟା ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ନୂଆପଡାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଲାଇନ୍ ବିଭାଗ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସାମିଲ ହୋଇଥିଲେ । ଉକ୍ତ ଶିବିରରେ ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ତଥା ଗ୍ରାମ ଗୁଡିକରୁ ବିଭିନ୍ନ ସମସ୍ୟା ଆଧାରିତ ଅଭିଯୋଗ ଶୁଣାଣି ହୋଇଥିଲା। ଜନ ଶୁଣାଣି ଶିବିର ଉପଲକ୍ଷେ ଟିମନପୁର ପଞ୍ଚାୟତରେ ଏକ ରକ୍ତଦାନ ଶିବିର ଓ ଜନସାଧାରଣଙ୍କ ପାଇଁ ଏକ ସ୍ବାସ୍ଥ୍ୟ ଶିବିର ଆୟୋଜିତ ହୋଇଥିଲା। ଶିବିରରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ଏବଂ ଗଣ ମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ l ପରେ ଟିମନପୁର ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ନିରାକରଣ ନିମିତ୍ତ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା l ଏହି ଗ୍ରାମ ପଞ୍ଚାୟତରେ ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୃହପାଳିତ ପଶୁପକ୍ଷୀଙ୍କ ପାଇଁ ଏକ ଚିକିତ୍ସା ଶିବିର ମଧ୍ୟ ଆୟୋଜିତ ହୋଇଥିଲା ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ପାଚିକା ହାତରେ ଅଙ୍ଗନବାଡି କେନ୍ଦ୍ର  ଅଙ୍ଗନବାଡି ଅନୁପସ୍ଥିତ ରେ କାର୍ଯ୍ୟ ଭାର ସମ୍ଭାଲୁଛନ୍ତି ପାଚିକା 

masiha

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ପଞ୍ଜିକରଣ ପ୍ରମାଣପତ୍ର ବଣ୍ଟନ ଶିବିର

masiha

ସ୍ୱତନ୍ତ୍ର ବିକାଶ  ପରିଷଦ  ବିଭିନ୍ନ ପ୍ରକଳ୍ପ ଉଦ୍ଧଘାଟନ

Sunil Chandra Nayak

Leave a Comment

error: Content is protected !!