ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ଏକତା ପଦଯାତ୍ରା

ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ଏକତା ପଦଯାତ୍ରା

ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ଜନ୍ମ ଜୟନ୍ତୀ ପାଳନ ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସମସ୍ତ ସ୍କୁଲ ଓ କଲେଜ ଛାତ୍ର ଛାତ୍ରୀ ଙ୍କୁ ନେଇ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ କଳାହାଣ୍ଡି ସାଂସଦ ମାଲବିକା ଦେବି, ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ,ଧର୍ମଗଡ ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ, ଧର୍ମଗଡ ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ, ନଗରପାଳ ଅଶୋକ ମହାନ୍ତି, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ବିଡ଼ିଓ ସଦାଶିବ ନାୟକ, ତହସିଲଦାର କୀର୍ତ୍ତି ଚନ୍ଦ୍ର ପ୍ରଧାନ, ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ପଙ୍କଜିନୀ ମାଝୀ, ପ୍ରମୁଖ ଉପସ୍ଥିତ ରହି ଧର୍ମଗଡ ଅଧିଷ୍ଠାତ୍ରୀ ଦେବି ମା ଭଣ୍ଡାର ଘରୁଣୀ ମନ୍ଦିର ଠାରୁ ଗୋଡ଼ଭଞ୍ଜା ବିଜୁ ଏକ୍ସପ୍ରେସ ଗୋଳେଇ ଛକ ପର୍ଯ୍ୟନ୍ତ ଏକତା ପଦଯାତ୍ରା ରେ ସାମିଲ ହୋଇଥିଲେ। ଗୋଡ଼ଭଞ୍ଜା ଗୋଳେଇ ଛକ ନିକଟରେ ଏକ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ସଂଯୋଜନା କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ରଛାତ୍ରୀ ଓ ବିଭିନ୍ନ ବିଭାଗର କର୍ମଚାରୀ ମାନେ ପଦଯାତ୍ରା ରେ ସାମିଲ ରହି ଭାଇଚାରାର ବାର୍ତ୍ତା ପ୍ରେରଣା ଦେଇଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା କରିବା ପାଇଁ ପ୍ରସ୍ତୁତି ବୈଠକ 

masiha

ରାଉରକେଲାରେ ଚାଲିଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ ପ୍ରକଳ୍ପ ଗୁଡ଼ିକର ସ୍ଥିତି ସମୀକ୍ଷା କଲେ ଉପବାଚସ୍ପତି

masiha

ଅପରାହ୍ନ ପେପର ପକ୍ଷରୁ ବନ୍ଧୁ ମିଳନ, ସାମ୍ବାଦିକ ସମ୍ମିଳନୀ ଓ ସମ୍ବର୍ଦ୍ଧନା ସଭା

masiha

Leave a Comment

error: Content is protected !!