ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୧୪ ଟି ଅଭିଯୋଗର ଶୁଣାଣି

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୧୪ ଟି ଅଭିଯୋଗର ଶୁଣାଣି

ଡାବୁଗାଁ, ୨୪/୮ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ଥିବା ମିସନଶକ୍ତି ସଭାଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ନବରଙ୍ଗପୁର ଜିଲାପାଳ ମହେଶ୍ଵର ସ୍ଵାଇଁ ଙ୍କ ଦ୍ଵାରା ୧୪ ଟି ଅଭିଯୋଗ ର ଶୁଣାଣି କରି ତାର ସମାଧାନ ନିମନ୍ତେ ଜିଲାର ଯେଉଁ ବିଭାଗର ଅଭିଯୋଗ ସେହି ବିଭାଗର ଅଧିକାରୀ ମାନଙ୍କୁ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ୧୪ ଟି ଅଭିଯୋଗ ମଧ୍ୟରୁ ୮ ଟି ଅଭିଯୋଗ ବ୍ୟକ୍ତିଗତ, ୬ ଟି ଅଭିଯୋଗ ଗୋଷ୍ଠୀଗତ ହୋଇ ଥିବା ବେଳେ ଡାବୁଗାଁ ବ୍ଲକ ଅଧୀନ ନନ୍ଦପୁରା ପଞ୍ଚାୟତ ର ନନ୍ଦପୁରା ଠାରୁ ମଣ୍ଡିଆଗୁଡା ଗ୍ରାମ ମଧ୍ୟରେ ଥିବା ସିଙ୍ଗାରୀ ନଦୀରେ ପୋଲ ନିର୍ମାଣ କରିବା, ଡାବୁଗାଁ ପଞ୍ଚାୟତ ଅଧୀନ ଚିକିଲି ଗ୍ରାମରେ ମୋବାଇଲ ନେଟୱାର୍କ ଯୋଗାଇଦେବା, ମେଦନା ପଞ୍ଚାୟତ ସଦରମହକୁମାସ୍ଥିତ ମୁଖ୍ୟ ରାସ୍ତାରେ ବିଦ୍ୟୁତ ଖୁଣ୍ଟ ସ୍ଥାନାନ୍ତର କରିବା, ଡାବୁଗାଁ ବ୍ଲକରେ କୃଷକ ମହାସଂଘର ଏକ ସଭାଗୃହ ନିର୍ମାଣ କରିବା ଓ ଡ଼ଙ୍ଗରିଗୁଡା ପଞ୍ଚାୟତ ଅଧୀନ ବୋରିପଦର ଗ୍ରାମର ସାହି ମଧ୍ୟରେ କଲଭର୍ଟ ଓ ରାସ୍ତା ନିର୍ମାଣ କରିବା ଆଦି ଅଭିଯୋଗ ହୋଇଥିଲା | ଶେଷରେ ୨ ଜଣ ହିତାଧିକାରୀ ଙ୍କୁ ହୁଇଲ ଚେୟାର ଓ ୫ ଜଣ ହିତାଧିକାରୀଙ୍କୁ ନୂତନ ଭତ୍ତା ପ୍ରଦାନ କରାଯାଇଥିଲା | ଏଥିରେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବ୍ଲକ ନବରଙ୍ଗପୁର ଆରକ୍ଷୀ ଅଧିକ୍ଷକ ମଦକର ସନ୍ଦୀପ ସମ୍ପତ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲାପାଳ ପ୍ରକାଶ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରସାଦ ବେହେରା, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷ ପଣ୍ଡା, ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାଜୀବ କୁମାର ସାହୁ, ଜିଲା ମତ୍ସ୍ୟ ଅଧିକାରୀ ବିଷ୍ଣୁ ଚରଣ କିଶାନ, ଜିଲା ସାମାଜିକ କଲ୍ୟାଣ ଅଧିକାରୀ ଦ୍ରୌପଦୀ କହଁର, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଅତିରିକ୍ତ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଦିଲ୍ଲୀପ କୁମାର କବିରାଜ, ଭାରପ୍ରାପ୍ତ ଜିଲା ପଞ୍ଚାୟତ ଅଧିକାରୀ ପଦ୍ମନାଭ ତ୍ରିପାଠୀ, ସିଡିପିଓ ମିନତୀ ଦାଶ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଡାବୁଗାଁ ବିଡିଓ ଶରତ ମାଝି, ସିଡିପିଓ ମିନତୀ ଦାଶ, ଗୋଷ୍ଠୀ ଶିକ୍ଷା ଅଧିକାରୀ ରଶ୍ମିତା ନେତାମ, ବ୍ଲକ କୃଷି ଅଧିକାରୀ ସୁଦେଷ୍ଣା ଧଳ, ଅବକାରୀ ନିରିକ୍ଷକ ରଞ୍ଜୁଲତା ବାରିକ, ଡାବୁଗାଁ ବନାଞ୍ଚଳ ଅଧିକାରୀ ରାମଚନ୍ଦ୍ର ଭତ୍ରା, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ପବିତ୍ର କୁମାର ସାହୁ, ସହକାରୀ ଉଦ୍ୟାନ ଅଧିକାରୀ ରବିଶଙ୍କର ପଣ୍ଡା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଯୋଗାଣ ନିରୀକ୍ଷକ ସିପ୍ରା ସାମଲ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଜିଲା ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ଅପରାହ୍ନରେ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡା ଙ୍କ ରିପୋର୍ଟ

Related posts

ବାର୍ଷିକୋତ୍ସବ ଓ କଳାକାର ମହାସମାବେଶ ନେଇ ପ୍ରସ୍ତୁତି ବୈଠକ 

Sunil Chandra Nayak

ଦ ହ୍ୟୁମାନିଟୀ ଫାଉଣ୍ଡେସନ ପାଳନ କଲେ ରକ୍ଷାବନ୍ଧନ କାର୍ଯ୍ୟକ୍ରମ

Sunil Chandra Nayak

ସମାଜ ବିଜ୍ଞାନ ବିଭାଗର ପ୍ରାଧ୍ୟାପକ ଅମୁଲ୍ୟ ମହାନ୍ତି ଙ୍କୁ ଅଵସରକାଳୀନ ସମ୍ବର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!