ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶିଶୁ ଅଧିକାର ସଚେତନତା କାର୍ଯ୍ୟକ୍ରମ

ଶିଶୁ ଅଧିକାର ସଚେତନତା କାର୍ଯ୍ୟକ୍ରମ

କାମାକ୍ଷାନଗର (ମନିସ)27/11/25 —  ଢେଙ୍କାନାଳ ଜିଲ୍ଳାରେ ବାଲ୍ୟ ବିବାହ ନିରାକରଣ ଓ ଶିଶୁ ଅଧିକାର ଉଲଂଘନ ଉପରେ ସଚେତନତା ସକାଶେ କଙ୍କଡ଼ାହାଡ଼ ବ୍ଲକର ବାମ ପଞ୍ଚାୟତ ବାଉଁସମୁଣ୍ଡା ଗ୍ରାମରେ ବିଶ୍ୱ ଯୁବକେନ୍ଦ୍ର ପକ୍ଷରୁ ପରିଚାଳିତ ପ୍ରକଳ୍ପ ଆକ୍ସେସ ଟୁ ଜଷ୍ଟିସ ଫର ଚିଲଡ୍ରେନ୍ସ ତରଫରୁ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି | ବୈଠକରେ ଏହି ଗ୍ରାମରେ ପ୍ରାୟ ୪୦ ଜଣ ପୁରୁଷ ଓ ମହିଳା ତଥା ବାଳିକା ଯୋଗଦେଇଥିଲେ | ଏହି କାର୍ଯ୍ୟକ୍ରମ ର ମୁଖ୍ୟ ବିଷୟବସ୍ତୁ ବାଲ୍ୟବିବାହ ନିଷେଧ ଆଇନ ୨୦୦୬ ବିଷୟରେ ସଚେତନତା, ବାଲ୍ୟବିବାହ ଯୋଗୁଁ ଝିଅ ଉପରେ ପଡ଼ୁଥିବା ଶାରୀରିକ, ପାରିବାରିକ, ମାନସିକ ତଥା ଆର୍ଥିକ ଚାପ, ଶିକ୍ଷା ତଥା ଆତ୍ମନିର୍ଭରଶୀଳତା ଅଭାବ, ସାମାଜିକ କୁପରିଣାମ, ବାଲ୍ୟବିବାହ କ୍ଷେତ୍ରରେ ଆୟୋଜନକାରି, ଯୋଗଦେଇଥିବା ଅତିଥି, ତଥା ବିଭିନ୍ନ ସହଯୋଗୀଙ୍କୁ ଦଣ୍ଡବିଧାନ ତଥା ନିରାକରଣ ଉପରେ ଆଲୋଚନା ହୋଇଥିଲା | ଏହାବ୍ୟତୀତ ବୈଠକରେ ଶିଶୁ ଶ୍ରମିକ, ଶିଶୁ ଚାଲାଣ ଓ ଶିଶୁମାନଙ୍କ ଉପରେ ହେଉଥିବା ଯୌନ ନିର୍ଯ୍ୟାତନା ଉପରେ ଆଲୋଚନା ହୋଇଥିଲା | ଏହି ଅବସରରେ କୌଣସି ଶିଶୁ ଅଧିକର ଉଲ୍ଲଙ୍ଘନ ଦେଖିଲେ ଚାଇଲ୍ଡ ହେଲ୍ପ ଲାଇନର ଦେୟମୁକ୍ତ ନମ୍ବର ୧୦୯୮କୁ ଫୋନ୍ କରି ଜଣାଇବାକୁ ପରାମର୍ଶ ଦିଅଯାଇଥିଲା | ଏହି କାର୍ଯ୍ୟକ୍ରମରେ ପରିଚାଳନା ପ୍ରକଳ୍ପ ସହଯୋଗୀ ତପନ କୁମାର ପାତ୍ର କରିଥିଲେ l

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ଜାଗୁଗୁଡା ଠାରେ ସୁରଭି କାର୍ଯ୍ୟକ୍ରମ 

masiha

ବଡଝରଣଗ୍ରାମ ପଞ୍ଚାୟତ ତରଫରୁ ନିଟ ପରୀକ୍ଷାର୍ଥୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

Sunil Chandra Nayak

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ନୂଆପଡା କଟକ ଠାରେ ସଂସ୍କୃତ ପ୍ରଶିକ୍ଷଣ ପ୍ରବୋଧନ ଅନୁଷ୍ଟିତ 

masiha

Leave a Comment

error: Content is protected !!