ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହା କଲେଜରେ ବିଶ୍ଵ ଏଡ୍‌ସ ଦିବସ ପାଳିତ

ତେରେସିଂହା କଲେଜରେ ବିଶ୍ଵ ଏଡ୍‌ସ ଦିବସ ପାଳିତ

କର୍ଲାମୁଣ୍ଡା, ୦୧/୧୨ (ସୁଶାନ୍ତ ରଣା): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ରେଡକ୍ରସ ତରଫରୁ ବିଶ୍ବ ଏଡ୍‌ସ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟ ପ୍ରତିଷ୍ଠାତା ସଭାପତି ମୁରଲିଧର ରଣା ଯୋଗଦେଇ ଏଡ୍‌ସ ରୋଗର ଲକ୍ଷଣ ଓ ଏହାର ନିରାକରଣ ବିଷୟରେ ନିଜର ବକ୍ତବ୍ୟ ରଖିଥିଲେ । ସମ୍ମାନିତ ଅତିଥି ଭାବରେ ଅଧ୍ୟାପକ ଆଭାସ ଚନ୍ଦ୍ର ଆଚାର୍ଯ୍ୟ, କନିଷ୍ଠ କିରାଣୀ ଦେବେନ୍ଦ୍ର ରଣା ମଂଚାସୀନ ଥିଲେ । କାର୍ଯ୍ୟକ୍ରମକୁ ଯୁବ ରେଡକ୍ରସ ଅଧିକାରୀ ମୁକେଶ ବହିଦାର ପରିଚାଳନା କରିଥିଲେ । ଛାତ୍ରଛାତ୍ରୀମାନଙ୍କ ଦ୍ବାରା ଏଡ୍‌ସ ସଚେତନ ଗ୍ୟାଲି ମଧ୍ୟ ହୋଇଥିଲା । ପିଅନ ଡୋଳାମଣୀ ଗହୀର, ରାଧାମୋହନ ଗହୀର, ତପୋବନ୍ତ ଗହୀର ପ୍ରମୁଖ ସହଯୋଗ କରିଥିଲେ।

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ମହୁଲପାଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ବଚ୍ଛତା ହିଁ ସେବା ଦିବସ ପାଳନ

masiha

ମହିଳା ବିଜେଡି ତରଫରୁ ଟଙ୍କ ତୋରାଣି ବଣ୍ଟନ କାର୍ଯ୍ୟକ୍ରମ

Sunil Chandra Nayak

କିଶନନଗର ଶିଶୁ ମଙ୍ଗଳ କ୍ଲବ ଓ ଶିଶୁ ସାହିତ୍ୟ ପତ୍ରିକା କୁନି ପ୍ରତିଭା ଆନୁକୂଲ୍ୟରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ବୈଠକ ଅନୁଷ୍ଠିତ 

masiha

Leave a Comment

error: Content is protected !!