ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ରାୟଗଡ ତା: ୦୧.୧୨.୨୦୨୫- ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ,ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର,ଖଣ୍ଡିୟ ବନ ଅଧିକାରୀ ଶ୍ରୀ ସଚିନ ଆନ୍ନା ସାହେବ ଓହଲେ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଉପ ଜିଲ୍ଲାପାଳ, ରାୟଗଡ,ଶ୍ରୀ ରମେଶ କୁମାର ଜେନା,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ ଆଇଟିଡ଼ିଏ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

         ଆଜି ମୋଟ ୭୩ ଟି ଅଭିଯୋଗ ଜିଲ୍ଲାପାଳଙ୍କ ପାଖକୁ ଆସିଥିଲା । ସେଥି ମଧ୍ୟରୁ    ୪୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୨୩ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା ସେମାନଙ୍କ ମଧ୍ୟରୁ ୨ଜଣକୁ ୨୦ ହଜାର ଟଙ୍କା ଜିଲ୍ଲା ରେଡକ୍ରସ ଫଣ୍ଡରୁ ଏବଂ ୮ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ୧ଲକ୍ଷ ୨୦ହଜାର ଟଙ୍କା ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ଏହି ଶିବିରରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀମତୀ ଆସିମା ରାଓ,ବିଡ଼ିଓ, ରାୟଗଡ, ଶ୍ରୀ ସୁଜିତ ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଶ୍ରୀମତୀ ମିନତି ଦେଓ, ପୌର ନିର୍ବାହୀ ଅଧିକାରୀ। ଶ୍ରୀ କୁମାର କୁଲଦୀପ ଅବକାରୀ ଅଧିକ୍ଷକ ଶ୍ରୀ ସନ୍ତୋଷ କୁମାର ଧଳ ସାମନ୍ତ, ଜିଲ୍ଲା ଶିକ୍ଷା ଅଧିକାରୀ, ଶ୍ରୀ ରାମ ନାହାକ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀକାନ୍ତ ପାଣିଗ୍ରାହୀ,ଗ୍ରାମ୍ୟ ନିର୍ମାଣ ବିଭାଗ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଓ ଅନ୍ୟାନ୍ୟ ଜିଲ୍ଲାସ୍ଥରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦାନ କରିଥିଲେ l 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଝରିଗାଁ ସାମ୍ବାଦିକ ସଂଘ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

Sunil Chandra Nayak

ବିଲୁପ୍ତ ପ୍ରାୟ ପାରମ୍ପରିକ କୌଳିକ ବୃତ୍ତି ଓ ଆଦିବାସୀଙ୍କ ଜୀବନ ଜୀବିକା ପ୍ରଭାବିତ 

Sunil Chandra Nayak

ଚିକିତ୍ସାଧିନ ଅବସ୍ଥାରେ ପ୍ରଧାନ ଶିକ୍ଷୟତ୍ରୀଙ୍କ ମୃତ୍ୟୁ

Sunil Chandra Nayak

Leave a Comment

error: Content is protected !!