ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଟାଙ୍ଗରପାଲି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଟାଙ୍ଗରପାଲି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୦୧/୧୨/୨୫: ଟାଙ୍ଗରପାଲି ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

           ଆଜି ମୋଟ ୮୩ ଗୋଟି ଅଭିଯୋଗ ରହିଥିଲା। ସେଥି ମଧ୍ୟରୁ ୩୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୯ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୦ ଗୋଟି ଆବେଦନ ରହିଥିଲା ଏବଂ ରେଡକ୍ରସ ରୁ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା। 

    ଆଜିର ଏହି ଅଭିଯୋଗ ଶୁଣାଣି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ସୁଶ୍ରୀ ତେଜସ୍ଵିନୀ ବେହେରା ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ପଞ୍ଚାୟତ ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ଓ ସି ୱାଇ ଏସ ଡି ମିଳିତ ଆନୁକୁଲ୍ୟରେ ୱାର୍ଡ ସଭ୍ୟ ସଭ୍ୟା ଙ୍କୁ ପ୍ରାରମ୍ଭିକ ପ୍ରଶିକ୍ଷଣ ଉଦଯାପିତ

Sunil Chandra Nayak

ଗୋତମୁଣ୍ଡା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

masiha

ଗ୍ରାମୀଣ ମହିଳା ଓ ଯୁବତୀଙ୍କ ସ୍ୱାବଲମ୍ବନ ପାଇଁ ଆଗେଇ ଆସିଲା Operation AGAPE Skill Development Center

Sunil Chandra Nayak

Leave a Comment

error: Content is protected !!